Posted inଜାତୀୟ

ଝିଅଙ୍କ ମୃତଦେହକୁ କାନ୍ଧରେ ବୋହି ୧୦ କିମି ଚାଲିଲେ ବାପା

ଅମ୍ବିକାପୁର,୨୬।୩: ଛତିଶଗଡ଼ରେ ଓଡ଼ିଶାର ଦାନ ମାଝୀ ଭଳି ଘଟଣାର ପୁନରାବୃତ୍ତି। ଫରକ କେବଳ ସମ୍ପର୍କର। ଛତିଶଗଡର ଅମ୍ବିକାପୁର ଗାଁରୁ ଆସିଥିବା ଏଭଳି ଚିତ୍ର ଏବେ ସମସ୍ତଙ୍କୁ ବିଚଳିତ କରୁଛି। ଝିଅଙ୍କ ମୃତଦେହକୁ କାନ୍ଧରେ ବୋହି ରାସ୍ତା ଉପରେ ଚାଲି ଚାଲି ଯାଉଥିବା ବାପାଙ୍କ ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହୋଇଛି।

ଭିଡିଓରେ ଦେଖିବାକୁ ମିଳିଥିବା ବାପା ହେଲେ ଅମଦାଲା ନିବାସୀ ଈଶ୍ୱର ଦାସ। ଗତ କିଛି ଦିନ ଧରି ତାଙ୍କ ସାତ ବର୍ଷର ଝିଅ ସୁରେଖା ଅସୁସ୍ଥ ଥିଲେ। ପ୍ରବଳ ଜ୍ସର ସାଙ୍ଗେ ପେଟରେ ଯନ୍ତ୍ରଣା ହେବା କାରଣରୁ ଈଶ୍ୱର ତାଙ୍କୁ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନେଇଥିଲେ। ସେଠାରେ ଥିବା ନର୍ସ ତାଙ୍କୁ ଇଞ୍ଜେକ୍‌ଶନ ଦେଇଥିଲେ। ଏହାର କିଛି ସମୟ ପରେ ତାଙ୍କ ନାକରୁ ରକ୍ତ ବାହାରିବା ସହ ମୃତ୍ୟୁ ହୋଇଯାଇଥିଲା।

ଝିଅକୁ ହରାଇବା ପରେ ମୃତଦେହକୁ ନେବା ଲାଗି ଈଶ୍ୱର ଆମ୍ବୁଲାନ୍ସକୁ ଡାକିଲେ। ଏଥିଲାଗି କିଛି ଘଣ୍ଟା ଅପେକ୍ଷା କରିଥିଲେ। ହେଲେ ବ୍ୟବସ୍ଥା ହୋଇ ନ ପାରିବାରୁ ସେ ନିଜ କାନ୍ଧରେ ଝିଅଙ୍କ ମୃତଦେହ ବୋହି ଗାଁ ଅଭିମୁଖେ ବାହାରିଥିଲେ। ଦୀର୍ଘ ୧୦ କିଲୋମିଟର ରାସ୍ତା ସେ ଚାଲିଥିଲେ। ଏହାର ଏକ ଭିଡିଓ ସାମ୍ନାକୁ ଆସିବା ପରେ ଛତିଶଗଡର ସ୍ବାସ୍ଥ୍ୟ ମନ୍ତ୍ରୀ ଟିଏସ ସିଂହଦେଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଘଟଣାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଅପରପକ୍ଷେ ବିଏମ୍‌ଓ ଡା. ପିଏସ୍‌ ମାର୍କୋ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପିଲାଟି ଦେହରେ ଅକ୍ସିଜେନର ଅଭାବ ଥିଲା। ତାଙ୍କୁ ୧୫ ଦିନ ଧରି ଜ୍ୱର ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନା କର୍ମଚାରୀ ତାଙ୍କୁ ଇଞ୍ଜେକ୍ସନ ଲଗାଇଥିଲେ। ଏହାପରେ ମଧ୍ୟ ତାଙ୍କ ଅବସ୍ଥାରେ ସୁଧାର ଆସି ନ ଥିଲା। ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଲଖନପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭେଣ୍ଟିଲେଟର ଏବଂ ଆମ୍ବୁଲାନ୍ସର ସମସ୍ୟା ଥିବାରୁ ରୋଗୀମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?