ଦାରିଙ୍ଗବାଡ଼ି ବଜାରରେ ବୁଲୁଛନ୍ତି ରକ୍ତାକ୍ତ ବ୍ୟକ୍ତି, ମଦ ବୋତଲରେ ୨ ପୁତୁରା ଆକ୍ରମଣ କରି…

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଚାରିଛକରେ ଜଣେ ରକ୍ତାକ୍ତ ବ୍ୟକ୍ତି ଘୂରି ବୁଲୁଥିବା ଜଣାପଡ଼ିଛି। ତାଙ୍କ ଘର ଉକ୍ତ ଥାନା ତେରବାଡ଼ି ଅଞ୍ଚଳର ହୋଇଥିବାବେଳେ ବ୍ୟକ୍ତି ଜଣକ ଧର୍ମେନ୍ଦ୍ର ନାୟକ ବୋଲି ଜଣାପଡ଼ିଛି।
ମିଳିଥିବା ସୂତ୍ର ଅନୁସାରେ, ଉକ୍ତ ଥାନା ସିମନବାଡ଼ି ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ କୌଣସି କାରଣରୁ ଦାଦା ଧର୍ମେନ୍ଦ୍ରଙ୍କ ସହ ପୁତୁରାମାନଙ୍କ ମଧ୍ୟରେ ବଚସା ଓ ପରେ ୨ ଜଣ ପୁତୁରା ଦାଦା ଧର୍ମେନ୍ଦ୍ରଙ୍କୁ ମଦ ବୋତଲ ଭାଙ୍ଗି ଆକ୍ରମଣ କରିଥିଲେ। ଏକାଧିକ ସ୍ଥାନରେ ଦାଦା ଧର୍ମେନ୍ଦ୍ରଙ୍କ ଶରୀରରେ ଗଭୀର ଆଘାତ ଲାଗିଥିବା ଧର୍ମେନ୍ଦ୍ର କହିଛନ୍ତି। ବିଳମ୍ବିତ ରାତି ହୋଇଥିବାରୁ ସେ ସେହିଭଳି ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘରେ ରହିଥିଲେ। ତେଣୁ କୌଣସି ଚିକିତ୍ସା କରି ନ ଥିଲେ। ଶୁକ୍ରବାର ଭୋର୍‌ ସମୟରେ ଧର୍ମେନ୍ଦ୍ର ଦାରିଙ୍ଗବାଡ଼ି ଥାନାକୁ ଅଭିଯୋଗ କରିବାକୁ ଆସିଥିଲେ। ସେଠାରେ ସେ ରକ୍ତାକ୍ତ ଅବସ୍ଥାରେ ବୁଲୁଥିବା ଦେଖି ଲୋମେ ଭୟଭୀତ ହୋଇଯାଇଥିଲେ। ପରେ ଧର୍ମେନ୍ଦ୍ର ଥାନାରେ ପହଞ୍ଚିଥିଲେ ପୋଲିସ ତାଙ୍କୁ ଚିକିତ୍ସା କରିବାକୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ସବ୍‌ଇନ୍ସପେକ୍ଟର ଜୟନ୍ତ କୁମାର ସେଠୀ କହିଛନ୍ତି। ସେ ଚିକିତ୍ସା ହୋଇ ଫେରିବା ପରେ ମାମଲା ରୁଜୁ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri