ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି। ଶନିବାର ସାଉଥ୍ ୟର୍କସାୟର୍ ପୋଲିସ ଏହି ସୂଚନା ଦେଇଛି। ଏହି ଘଟଣା ପରେ ରବିବାର ପର୍ଯ୍ୟନ୍ତ ପାର୍କ ବନ୍ଦ ରଖିବାକୁ ଘୋଷଣା କରାଯାଇଛି।

Man Enters Tiger Enclosure At Yorkshire Wildlife Park, Tragically Dies After Being Mauled By The Animal

ପୋଲିସ ସୂଚନା ଅନୁଯାୟୀ, ଶନିବାର ଅପରାହ୍ନରେ ଡୋନକାଷ୍ଟର ନିକଟସ୍ଥ ଏହି ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘର ଏନକ୍ଲୋଜର୍ ଭିତରକୁ ପ୍ରବେଶ କରିଥିବା ନେଇ ଖବର ମିଳିଥିଲା। ଏହି ଭୟଙ୍କର ଆକ୍ରମଣରେ ସେ ଗୁରୁତର ଭାବେ ଆହତ ହୋଇଥିଲେ ଏବଂ ଡାକ୍ତରୀ ଦଳଙ୍କ  ପ୍ରଚେଷ୍ଟା ସତ୍ତ୍ୱେ ଘଟଣାସ୍ଥଳରେ ହିଁ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

BBC A brown sign outside Yorkshire Wildlife Park.

ମୃତ ବ୍ୟକ୍ତିଙ୍କ ପରିବାରବର୍ଗଙ୍କୁ ଏ ବିଷୟରେ ଅବଗତ କରାଯାଇଛି ଏବଂ ସ୍ୱତନ୍ତ୍ର ପୋଲିସ୍ ଅଧିକାରୀମାନେ ସେମାନଙ୍କୁ ଆବଶ୍ୟକୀୟ ସହାୟତା ପ୍ରଦାନ କରୁଛନ୍ତି। ପୋଲିସ୍ ଏହି ଦୁଃଖଦ ସମୟରେ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛି।

ବାଘର ସ୍ଥିତିକୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ବିଭିନ୍ନ ଗୁଜବ ଉପରେ ପ୍ରତିକ୍ରିୟା ରଖି ପୋଲିସ୍ ସ୍ପଷ୍ଟ କରିଛି ଯେ, ଘଟଣା ପରେ ବାଘଟି ସମ୍ପୂର୍ଣ୍ଣ ସୁରକ୍ଷିତ ଅଛି  ଏବଂ ଏହା ନିର୍ଦ୍ଧାରିତ ଏନକ୍ଲୋଜର୍ ଭିତରେ ହିଁ ରହିଛି। ସାଧାରଣ ଜନତାଙ୍କ ପାଇଁ ବର୍ତ୍ତମାନ କୌଣସି ବିପଦ ନାହିଁ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

Tiger in the snow

ଅନ୍‌ଲାଇନ୍‌ରେ ଭାଇରାଲ୍ ହେଉଥିବା ଏହି ଘଟଣାର ଭିଡିଓ ସମ୍ପର୍କରେ ମଧ୍ୟ ପୋଲିସ ଅବଗତ ଅଛି। ଏପରି ଦୁଃଖଦ ଏବଂ ସମ୍ବେଦନଶୀଳ ଭିଡିଓଗୁଡ଼ିକୁ ସୋସିଆଲ ମିଡିଆରେ ଆଉ ଅଧିକ
ଶେୟାର ନ କରିବାକୁ ପୋଲିସ ସାଧାରଣ ଜନତାଙ୍କୁ ଅନୁରୋଧ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?