Posted inଜାତୀୟ

ଅମିତ ଶାହାଙ୍କ ଗାଡ଼ିକୁ ପିଛା କଲେ କିଛି ଲୋକ, ଡିଏସ୍‌ପି କହିଲେ…

ନୂଆଦିଲ୍ଲୀ,୨୦ା୭: ଶନିବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସୁରକ୍ଷା କ୍ଷେତ୍ରରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଭାଜପା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଝାଡ଼ଖଣ୍ଡର ରାଞ୍ଚିରେ ପହଞ୍ଚିଥିଲେ ଅମିତ ଶାହା। ତେବେ ସେ ଯିବା ସମୟରେ ତାଙ୍କ ଗାଡ଼ିକୁ କିଛି ଲୋକ ଗୋଡ଼ାଇଥିଲେ। ଏହି ମାମଲାରେ ପୋଲିସ ୨ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି। ପୋଲିସ କହିଛି ଯେ, ଏହି ଲୋକମାନେ ମଦ୍ୟପାନ କରିଥିଲେ।

ହାତିଆ ଡିଏସ୍‌ପି ପ୍ରମୋଦ କୁମାର ମିଶ୍ର କହିଛନ୍ତି, ଏହି ଲୋକମାନେ କାର୍ଯ୍ୟକ୍ରମରେ ପ୍ରବେଶ କରିପାରିନାହାନ୍ତି। ସେ କହିଛନ୍ତି ଯେ, ଏହି ଲୋକମାନେ ବାଇକ୍‌ ଚଳାଇ ଶାହାଙ୍କ ଗାଡ଼ିକୁ ଗୋଡ଼ାଉଥିଲେ।

ଶାହା ଶନିବାର ରାଞ୍ଚିରେ ପହଞ୍ଚି ଭାଜପାର କାର୍ଯ୍ୟକାରିତା କମିଟି ବୈଠକରେ ଭାଗ ନେଇଛନ୍ତି। ଯେତେବେଳେ ତାଙ୍କ ଗାଡ଼ି ବିର୍ସା ମୁଣ୍ଡା ବିମାନବନ୍ଦରରୁ ଭେନ୍ୟୁ ଅଭିମୁଖେ ଯାତ୍ରା କଲା, ବାଇକ୍‌ ଚଳାଉଥିବା ଦୁଇଜଣ ଯୁବକ ଏହି ଗାଡ଼ିର ପିଛା କରିଥିଲେ।

ତେବେ ଉଭୟ ଯୁବକଙ୍କୁ ପୋଲିସ ସାଙ୍ଗେ ସାଙ୍ଗେ ଗିରଫ କରିଛି। ପଚରାଉଚରା କରିବାରୁ ଉଭୟ ଯୁବକ ମଦ୍ୟପାନ କରିଥିବା ସ୍ବୀକାର କରିଥିଲେ। ଡିଏସ୍‌ପି କହିଛନ୍ତି, ବର୍ତ୍ତମାନ ସୁଦ୍ଧା ସୁରକ୍ଷା ଅଭାବର କୌଣସି ମାମଲା ଦେଖିବାକୁ ମିଳିନାହିଁ।

ଏହି ଦୁଇ ଅଭିଯୁକ୍ତଙ୍କ ନାମ ଅଙ୍କିତ ଏବଂ ମୋହିତ। ଶାହାଙ୍କ ସୁରକ୍ଷାକୁ ଖଣ୍ଡନ କରି ସେ କହିଛନ୍ତି, ଆମେ ଜାଣି ନ ଥିଲୁ କାହା ଗାଡ଼ି ଯାଉଥିଲା। ତେଣୁ ଆମେ ଦୋଷୀ ନୁହଁ ବୋଲି ଉଭୟେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri