ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧ା୧୧-ପାଣି ମୋଟର ଚାଲୁ କରିବାକୁ କହିବାରୁ ଦମ୍ପତିିଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଉକ୍ତ ଅଭିଯୋଗକୁ ଆଧାର କରି ବଡବଜାର ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ଶାସ୍ତ୍ରୀନଗର ୪ର୍ଥ ଲେନ୍‌ରେ ରହୁଥିବା ନରସିଂହ ଦାସ। ପୋଲିସ ଅଭିଯୁକ୍ତଙ୍କଠାରୁ ଘଟଣା ବେଳେ ବ୍ୟବହାର କରାଯାଇଥିବା ମାରଣାସ୍ତ୍ର ଜବତ କରିଛି। ମାମଲା ନମ୍ବର ୨୮୯/୨୨ରେ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ଏସ୍‌ଡିଜେଏମ୍‌ଙ୍କ ନିର୍ଦ୍ଦେଶରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ବୋଲି ଜଣାପଡିଛି।
ପ୍ରକାଶ ଯେ, ଶାସ୍ତ୍ରୀନଗର ୪ର୍ଥ ଲେନ୍‌ରେ ଥିବା ଏକ ୨ ମହଲା ଘରେ ନରସିଂହ ଦାସଙ୍କ ପରିବାର ଓ ପଙ୍କଜ ମହାପାତ୍ରଙ୍କ ପରିବାର ଘର ଭଡ଼ାରେ ରହୁଛନ୍ତି। ବିଭିନ୍ନ ଛୋଟମୋଟ କଥାକୁ ନେଇ ଉଭୟ ପରିବାରଙ୍କ ମଧ୍ୟରେ କଳହ ଲାଗି ରହିଥିଲା। ଦୁଇ ପରିବାରଙ୍କ ଘରକୁ ଜଳଯୋଗାଣ ପାଇଁ ଗୋଟିଏ ମୋଟର ରହିଛି। ଉକ୍ତ ପାଣି ମୋଟରଟି ଚାଲୁ କରିବା ପାଇଁ ରହିଥିବା ସୁଇଚଟି ନରସିଂହଙ୍କ ଘରେ ରହିଛି। ଅନ୍ୟପଟେ ସୋମବାର ପଙ୍କଜଙ୍କ ଟାଙ୍କିରେ ପାଣି ନ ଥିବାରୁ ସେ ମୋଟର ଲଗାଇବା ପାଇଁ ନରସିଂହକୁ କହିଥିଲେ। ଏହାକୁ କେନ୍ଦ୍ରକରି ନରସିଂହ ଓ ତାଙ୍କ ସ୍ତ୍ରୀ ଓ ପୁଅ ଶାବଳ ଓ ହାତୁଡ଼ିରେ ପଙ୍କଜଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏପରିକି ପଙ୍କଜଙ୍କ ସ୍ତ୍ରୀ ଦୀପ୍ତି ମହାପାତ୍ର ଏହାର ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିଲା। ପରେ ଏନେଇ ଦୀପ୍ତି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ଅନୁସନ୍ଧାନ କରି ଅଭିଯୁକ୍ତ ନରସିଂହଙ୍କୁ ଗିରଫ କରିଥିଲା ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri