ଲକ୍‌ଡାଉନ ନିୟମ ଭଙ୍ଗ କରିବା ପଡ଼ିଲା ମହଙ୍ଗା: ୩ଶହ ଥର ଉଠ୍‌-ବସ୍‌ ହେଲେ ବ୍ୟକ୍ତି

ମାନିଲା,୭।୪: ସାରା ବିଶ୍ୱରେ ପୁଣି ଥରେ କରୋନା ଆତଙ୍କ ଖେଳାଇଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ନୂଆ ଷ୍ଟ୍ରେନ୍‌ ଭୟଙ୍କର ରୂପ ଧାରଣ କରିଛି। ଭାକ୍ସିନ ଆସିବା ସତ୍ତ୍ୱେ ଏହାକୁ କାବୁ କରାଯାଇପାରିନାହିଁ। ତେଣୁ କରୋନା ମୁକାବିଲା ପାଇଁ ସବୁ ଦେଶର ସରକାର ପୁଣି ଥରେ କଡ଼ା ପଦକ୍ଷେପ ଗ୍ରହଣ କରିବା ସହ ଲକ୍‌ଡାଉନ ଲାଗୁ ପାଇଁ ବିଚାର କରୁଛନ୍ତି। ଏଭଳି ସ୍ଥିତିରେ ଫିଲିପାଇନ୍ସରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଉକ୍ତ ଦେଶରେ ଲକ୍‌ଡାଉନ୍‌ କର୍ଫ୍ୟୁ ଲାଗୁ ହୋଇଥିବା ବେଳେ ଜଣେ ବ୍ୟକ୍ତି ଏହାର ଉଲ୍ଲଂଘନ କରିବା ମହଙ୍ଗା ପଡ଼ିଛି। ଫଳରେ ଉକ୍ତ ବ୍ୟକ୍ତିଙ୍କୁ ୩ଶହ ଥର ଉଠ୍‌ବସ୍‌ କରିବାକୁ ପଡ଼ିଥିଲା। ଯାହାଦ୍ୱାରା ଏତେମାତ୍ରାରେ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯାଇଥିଲା ଯେ, ଶେଷରେ ତାଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଫିଲିପାଇନ୍ସରେ ଏପ୍ରିଲ ୬ପର୍ଯ୍ୟନ୍ତ ୮ଲକ୍ଷରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୧୩ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ହୋଇଛି। ଏଥିପାଇଁ ସରକାର ଦେଶରେ ଲକ୍‌ଡାଉନ ଲାଗୁ କରିଛନ୍ତି। ଆଉ ଯେଉଁମାନେ ଏହି କର୍ଫ୍ୟୁ ନିୟମକୁ ଉଲ୍ଲଂଘନ କରୁଛନ୍ତି ସେମାନଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

କାହାକୁ ଖରାରେ ଠିଆ କରାଯାଉଛି ତ ଆଉ କାହାକୁ ଉଠ୍‌ବସ୍‌ ତ ଆଉ କାହାକୁ ପିଞ୍ଜରା ଭିତରେ ରଖାଯାଉଛି। ଏହିକ୍ରମରେ ମାନିଲାର ଏକ ପ୍ରଦେଶ ଅଞ୍ଚଳରେ ଜଣେ ୨୮ ବର୍ଷୀୟ ଡେରେନ ନାମକ ଯୁବକ ପାଣି ପାଇଁ ଘରୁ ବାହାରକୁ ବାହାରିଥିଲେ। ସେହି ସମୟରେ କିଛି ଲୋକ ତାଙ୍କୁ କାବୁ କରିନେଇ ପୋଲିସର ଜିମା ଦେଇଥିଲେ। ପୋଲିସ ଷ୍ଟେସନରେ ନିୟମ ଉଲ୍ଲଂଘନ ଅଭିଯୋଗରେ ଡେରେନଙ୍କୁ ୩ଶହ ଥର ଉଠ୍‌ବସ୍‌ କରିବାକୁ ପଡ଼ିଥିଲା। ଫଳରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା। ତାଙ୍କୁ ଏତେମାତ୍ରାରେ ଯନ୍ତ୍ରଣା ହେଉଥିଲା ଯେ, ସେ ଠିଆ ମଧ୍ୟ ହୋଇପାରୁ ନ ଥିଲେ। ଶେଷରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତାଙ୍କ ମୃତ୍ୟୁ ପରେ ଏହି ମାମଲାର ଯାଞ୍ଚ ପାଇଁ ଡେରେନଙ୍କ ପରିବାର ଓ ସର୍ମ୍ପକୀୟ ଲୋକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri