ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ଯାତ୍ରାରେ ଗିରଫ ହେଲେ ଜଣେ ବ୍ୟକ୍ତି

ଲଣ୍ଡନ,୧୭ା୯: ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ଯାତ୍ରା ସମୟରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଲଣ୍ଡନର ଓ୍ବେଷ୍ଟମିନଷ୍ଟର ହଲରେ ସ୍ବର୍ଗତ ରାଣୀଙ୍କ କଫିନ ରଖାଯାଇଥିଲା। ଯେଉଁଠାରେ ହଜାର ହଜାର ଲୋକ ରାଣୀଙ୍କୁ ସମ୍ମାନ ଜଣାଇବାକୁ ଆସିଥିଲେ।

ଏହି ସମୟରେ କଫିନ ଆଡ଼କୁ ଦୌଡ଼ୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା। ଏହି ପ୍ରସଙ୍ଗରେ ମହାନଗର ନିଗମ କହିଛି, ଗିରଫ ହୋଇଥିବା ବ୍ୟକ୍ତିଙ୍କୁ ଶୁକ୍ରବାର ରାତିରେ ବ୍ରିଟେନର ପବ୍ଲିକ ଅର୍ଡର ଆକ୍ଟ ଅନୁଯାୟୀ ଗିରଫ କରାଯାଇଛି। ସାକ୍ଷୀମାନେ କହିଛନ୍ତି, ହଠାତ୍‌ ବ୍ୟକ୍ତି ଜଣକ ଏକ ଉଚ୍ଚ ପ୍ଲାଟଫର୍ମରେ ରଖାଯାଇଥିବା ରାଣୀଙ୍କ କଫିନ ଆଡ଼କୁ ଦୌଡ଼ିଥିଲେ। ଏଥିରେ ରାଣୀଙ୍କ କଫିନ, ରାଜକୀୟ ମୁକୁଟ ଏବଂ ଅନ୍ୟାନ୍ୟ ପ୍ରତୀକଗୁଡ଼ିକ ରଖାଯାଇଥିଲା।

ପୋଲିସ ସୂତ୍ରରୁ ପ୍ରକାଶ, ୧୬ ସେପ୍ଟେମ୍ବର ଶୁକ୍ରବାର ରାତି ପ୍ରାୟ ୧୦ଟାରେ ସଂସଦ ଏବଂ କୂଟନୈତିକ ସୁରକ୍ଷା କମାଣ୍ଡର ଅଧିକାରୀମାନେ ଓ୍ବେଷ୍ଟମିନଷ୍ଟର ହଲରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲେ। ପବ୍ଲିକ ଅର୍ଡର ଆକ୍ଟ ଅନୁଯାୟୀ, ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ଏହି ପୂରା ଘଟଣାକୁ ଦେଖି ଲାଇଭ୍‌ ଟେଲିକାଷ୍ଟ କିଛି ସମୟ ପାଇଁ ବନ୍ଦ ହୋଇଗଲା।

ସଂସଦର ମୁଖପାତ୍ର କହିଛନ୍ତି, କିଛି ସମୟ ବ୍ୟାହତ ପରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଥିବା ଲୋକଙ୍କ ଧାଡ଼ି ପୁଣି ଆରମ୍ଭ ହୋଇଥିଲା। ଯେତେବେଳେ ଲୋକମାନେ ଶ୍ରଦ୍ଧାଞ୍ଜଳି ଦେଉଥିଲେ, ସେତେବେଳେ ଏହି ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri