ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା: ୬ ଅଟକ

ଟିକିରି,୪ା୮(ଡି.ଏନ୍‌.ଏ.): ଗୁଣିଗାରେଡ଼ି ସନ୍ଦେହରେ ଯୁବକଙ୍କୁ ହତ୍ୟା କରିଛନ୍ତି ଗ୍ରାମବାସୀ। ଏହି ଅଭିଯୋଗରେ ୬ ଜଣଙ୍କୁ ଟିକିରି ଥାନାରେ ଅଟକ ରଖାଯାଇଛି। ଏପରି ଘଟଣା ସାମ୍ନାକୁ ଆସିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡୁଦୁକାବାହାଲ ପଞ୍ଚାୟତ ଟିଟିଗୁଡ଼ାରେ।

ସୂଚନାନୁସାରେ ଦଇ ମାଝି ସ୍ତ୍ରୀ ଓ ଦୁଇ ପୁଅଙ୍କୁ ଧରି ଘରେ ଶୋଇଥିବା ବେଳେ ଗାଁ ଲୋକେ ଗୁଣିଗାରେଡ଼ି କରି ଲୋକଙ୍କୁ ନଷ୍ଟ କରିଦେଉଥିବା କହି ପାଟିତୁଣ୍ଡ ଓ ଗାଳିଗୁଲଜ କରିଥିଲେ। ଏପରିକି ଗାଁ ଲୋକ ଏକାଠି ହୋଇ ବିଳମ୍ବିତ ରାତିରେ ବାପା ଓ ଦୁଇ ପୁଅକୁ ପ୍ରଥମେ ବାନ୍ଧି ନିର୍ଧୂମ ପିଟିଥିଲେ। କୌଶଳ କ୍ରମେ ଦୁଇ ପୁଅ ଦୂର୍ଯ୍ୟ ମାଝି ଓ ଲାଲୁ ମାଝି ଖସି ପଳାଇଥିଲେ। ପିତା ଦଇ ମାଝି ଖସି ନ ପାରିବାରୁ ତାଙ୍କୁ ପିଟିପିଟି ହତ୍ୟା କରିଦେଇଛନ୍ତି। ଏହି ଘଟଣା ସମୟରେ ପରିବାର ବର୍ଗ ସ୍ଥାନୀୟ ଟିକିରି ପୋଲିସକୁ ସୂଚନା ଦେଇଥିଲେ ମଧ୍ୟ ପୋଲିସ ପହଞ୍ଚ ନ ଥିଲା। ଗାଁରେ ପୂର୍ବରୁ ଗୁଣିଗାରେଡ଼ି ସନ୍ଦେହରେ ଅନେକଥର ମାରପିଟ୍‌ କରିଥିଲେ। ପୋଲିସର ନିଷ୍କ୍ରିୟତା ଯୋଗୁ ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛନ୍ତି ଓ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଏସ୍‌ଡିପିଓ ଦିବ୍ୟଜ୍ୟୋତି ଦାଶ କହିଛନ୍ତ। ବର୍ତ୍ତମାନ ଦୁଇ ପୁଅ ଟିକିରି ମେଡିକାଲରେ ଚିକିତ୍ସିତ ହେଉଛନ୍ତି ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri