Posted inଜାତୀୟ

ବିଦ୍ୟୁତ୍‌ ବିଲ୍‌ ଦେଖି ଅସୁସ୍ଥ ହୋଇପଡ଼ିଲେ ବ୍ୟକ୍ତି, ହସ୍ପିଟାଲରେ ଭର୍ତ୍ତି

ଭୋପାଳ,୨୭।୭: ମଧ୍ୟପ୍ରଦେଶରେ ବିଦ୍ୟୁତ୍‌ ବିଲ୍‌ ଦେଖି ଜଣେ ବ୍ୟକ୍ତି ହସ୍ପିଟାଲରେ ଭର୍ତ୍ତି ହୋଇଥିବାର ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ୩,୪୧୯ କୋଟି ଟଙ୍କାର ବିଦ୍ୟୁତ୍‌ ବିଲ୍‌ ଆସିବା ପରେ ମଧ୍ୟପ୍ରଦେଶ ଗ୍ବାଲିଓରରେ ରହୁଥିବା ପ୍ରିୟଙ୍କା ଗୁପ୍ତାଙ୍କ ଶ୍ୱଶୁର ଅସୁସ୍ଥ ହୋଇପଡ଼ିଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ବିଦ୍ୟୁତ୍‌ କମ୍ପାନୀ ଏହି ବିଲ୍‌କୁ ପରବର୍ତ୍ତୀ ସମୟରେ ସଂଶୋଧନ କରିଛି। ତେବେ ପ୍ରକୃତ ବିଦ୍ୟୁତ୍‌ ବିଲ୍‌ ୧,୩୦୦ ଟଙ୍କା ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପ୍ରିୟଙ୍କାଙ୍କ ପରିବାର ଗ୍ବାଲିଓରର ଶିବ ବିହାର କଲୋନୀରେ ରୁହନ୍ତି। ୩ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବିଲ୍‌ ଦେଖି ତାଙ୍କ ବାପାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିବା ପ୍ରିୟଙ୍କାଙ୍କ ସ୍ବାମୀ ସଞ୍ଜୀବ କଙ୍କାନେ କହିଛନ୍ତି। ଜୁଲାଇ ୨୦ରେ ସଞ୍ଜୀବଙ୍କ ଘରେ ଉକ୍ତ ବିଲ୍‌ ବିଭାଗ ପକ୍ଷରୁ ଦିଆଯାଇଥିଲା। ମାତ୍ରାଧିକ ପରିମାଣର ବିଲ୍‌ ଆସିବା ପରେ ସେ ବିଦ୍ୟୁତ୍‌ ବିଭାଗରେ ଅଭିଯୋଗ କରିଥିଲେ। ମଧ୍ୟପ୍ରଦେଶ ମଧ୍ୟ କ୍ଷେତ୍ର ବିଦ୍ୟୁତ୍‌ ବିତରଣ କମ୍ପାନୀ ନିଜ ପୋର୍ଟାଲ୍‌ ଜରିଆରେ ବିଲକୁ ଠିକ୍‌ କରିଥିବା କୁହାଯାଉଛି। ବିଭାଗ କର୍ମଚାରୀ ବିଲ୍‌ ମୂଲ୍ୟ ସ୍ଥାନରେ ଗ୍ରାହକ ନମ୍ବର ଲେଖିଥିବା କାରଣରୁ ଏପରି ହୋଇଥିବା ଜଣାପଡ଼ିଛି। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ ରାଜ୍ୟ ଶକ୍ତିମନ୍ତ୍ରୀ ପ୍ରଦ୍ୟୁମ୍ନ ସିଂ ତୋମାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଭୁଲ୍‌ବଶତଃ ବିଲ୍‌ରେ ୩ ହଜାର କୋଟି ଟଙ୍କା ଲେଖାଯାଇଥିବା ବେଳେ ଏହାକୁ ଠିକ୍‌ କରାଯାଇଛି। ଏଥିରେ ସମ୍ପୃକ୍ତ ବିଭାଗୀୟ କର୍ମଚାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ଶକ୍ତିମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri