ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ମୃତ

ମାଲକାନଗିରି,୧୧ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ସୁରକ୍ଷା କର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ମୁନଗା ଜଙ୍ଗଲରେ ଡିଭିସିଏମ୍‌ ଦିନେଶ ମୋଡିୟମ୍‌, ଆକାଶ ହେମଲା, କମ୍ପନୀ ନଂ ୨ କମାଣ୍ଡର ବେଲ୍ଲା, ମିଲିସିୟା ପ୍ଲାଟୁନ କମାଣ୍ଡର କମଲୁ ଓ ଅନ୍ୟ ୩୦ରୁ ୪୦ ମାଓବାଦୀଙ୍କ ଉପସ୍ଥିତି ସମ୍ବନ୍ଧୀୟ ସୁଚନା ପାଇ ଡିଆର୍‌ଜି ଯବାନମାନେ ଉକ୍ତ ଜଙ୍ଗଲକୁ କୋମ୍ବିଂ ଲାଗି ଯାଇଥିଲେ। ତେବେ ମାଓବାଦୀଙ୍କ ଦ୍ୱାରା ପୂର୍ବରୁ ଉକ୍ତ ଜଙ୍ଗଲରେ ଆଇଇଡି ଖଞ୍ଜା ଯାଇଥିବା ବେଳେ ଯବାନମାନଙ୍କ କୋମ୍ବିଂ ସମୟରେ ଆଇଇଡି ବିସ୍ଫୋରଣ ହୋଇଥିଲା। ଫଳରେ ଜଣେ ଯବାନ ସାମାନ୍ୟ ଆହତ ହୋଇଥିବା ବେଳେ ଅନ୍ୟମାନେ ଆଗକୁ ଯାଇଥିଲେ। ତେବେ ମାଓବାଦୀମାନେ ଯବାନଙ୍କ ଆସୁଥିବା ଦେଖି ପ୍ରଥମେ ଗୁଳି ଚାଳଣା କରିଥିଲେ । ପାଲଟା ଜବାବରେ ଯବାନମାନେ ମଧ୍ୟ ଗୁଳି ଚାଳନା କରିଥିବା ବେଳେ ତାଙ୍କ ଆକ୍ରମଣକୁ ସାମନା କରି ନ ପାରି ଜଙ୍ଗଲରେ ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରୁ ଜବାନମାନେ ଜଣେ ମାଓବାଦୀଙ୍କ ମୃତଦେହ ସହ ଗୋଟିଏ ୯ ଏମ୍‌ଏମ୍‌ ପିସ୍ତଲ, ଗୋଟିଏ ଆଇଇଡି ୬ ରିମୋଟ ସ୍ବିଚ୍‌ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri