୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି। ବର୍ଷତମାମ ପରିଶ୍ରମର ଫଳ ମିଳିବ କି ନାହିଁ ଏବେ ସେହି ଚିନ୍ତା ଘାରିଛି।
ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ତେବେ କେତେକ ପାଣିପାଗ ମଡେଲ ବାତ୍ୟା ନେଇ ସୂଚନା ଦେଲେଣି। ଗଭୀର ଅବପାତ ଆସନ୍ତା ୨୪ ତାରିଖରେ ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ଝଡ଼ ଓଡ଼ିଶା ମୁହଁା ହେବ। ଆସନ୍ତା ୨୪ ତାରିଖ ସକାଳେ କିମ୍ବା ସନ୍ଧ୍ୟାରେ ଏହା ପୁରୀ ଏବଂ ଜଗତ୍‌ସିଂହପୁର ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଉଛି। ସମୁଦ୍ରରେ ବାତ୍ୟାର ବେଗ ଘଣ୍ଟା ପ୍ରତି ୧୫୦ରୁ ୧୬୦ କି.ମି. ରହିବ। ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ୯୦ କି.ମି.କୁ ଖସି ଆସିବା ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ରାଜ୍ୟରେ ୨୨ରୁ ୨୬ ଯାଏ ବର୍ଷା ଲାଗି ରହିବ। ୨୩ରୁ ୨୫ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହିତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ ବିଜ୍ଞାନୀଙ୍କ ମତରେ ଓଡ଼ିଶା ଏକ ବାତ୍ୟାପ୍ରବଣ ରାଜ୍ୟ। ଅକ୍ଟୋବର ମାସରେ ସାଧାରଣତଃ ରାଜ୍ୟକୁ ବାତ୍ୟାର ଭୟ ରହିିଥାଏ। ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ଉପକୂଳ ଓଡ଼ିଶାକୁ ଛାରଖାର କରିଥିଲା । ସେହିପରି ୨୦୧୩ ଅକ୍ଟୋବରରେ ସାମୁଦ୍ରିକ ଝଡ଼ ଫାଇଲିନ୍‌, ୨୦୧୪ରେ ହୁଡ୍‌ହୁଡ୍‌ ଓ ୨୦୧୮ରେ ତିତ୍‌ଲି ଉପକୂଳରେ ମାଡ଼ ହୋଇ ତାଣ୍ଡବ ରଚିଥିଲା। ଏବେ ବାତ୍ୟା ପାଇଁ ଅନୁକୂଳ ପରିବେଶ ରହିଛି। ଏଥିସହିତ ବିଭିନ୍ନ ପାଣିପାଗ ମଡେଲ ପକ୍ଷରୁ ଦିଆଯାଉଥିବା ସୂଚନା ରାଜ୍ୟ ପାଇଁ ଚିନ୍ତା ବଢ଼ାଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇ ନାହିଁ। ତେବେ ଆସନ୍ତା ୨୨ କିମ୍ବା ୨୩ ତାରିଖ ବେଳକୁ ଏ ନେଇ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ ବିଶେଷଜ୍ଞ ମତ ଦେଉଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳଙ୍କ ଶଙ୍କା ବଢ଼ି ଯାଇଛି।
ଆଞ୍ଚଳିକ ପାଣିପାଗ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri