ଘରୁ ଫେରାର ହୋଇଯାଇଥିଲେ ବିବାହିତ ପ୍ରେମୀଯୁଗଳ, ଗଛରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଉଭୟଙ୍କ ମୃତଦେହ

ଦିଗପହଣ୍ଡି,୨୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ଥାନା ଅଲାରିଗଡ଼ ନିସ୍ତିିପୁର ଗ୍ରାମ ନିକଟ ଜଙ୍ଗଲରୁ ଗୁରୁବାର ସକାଳେ ପୋଲିସ ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ପରକିୟା ପ୍ରୀତିରୁ ଅନୈତିକ ପ୍ରେମସମ୍ପର୍କ ପରେ ଉଭୟେ ଆତ୍ମହତ୍ୟା କରିଥିବା ଘଟଣା ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ତଦନ୍ତ କରି ଫେରିଛନ୍ତି। ମୃତକ ଦ୍ବୟ ହେଲେ ଗଞ୍ଜାମ ଜିଲା ପାଟପୁର ଥାନା ରାଧାଦେଇପୁର ଗ୍ରାମର ରାଜେନ୍ଦ୍ର ସାହୁ ଏବଂ ପାଟପୁର ଗ୍ରାମର ସୁମିତ୍ରା ସାହୁ। ପୋଲିସ ମୃତଦେହ ଦୁଇଟିକୁ ଜବତ କରି ଥାନା ଅପମୃତ୍ୟୁ ମାମଲା ନଂ.୩୪/୨୪ ଅନୁଯାୟୀ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲା। ବ୍ୟବଚ୍ଛେଦ ପରେ ଉଭୟଙ୍କ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଉଭୟେ ବିବାହିତ ହୋଇଥିଲେ ମଧ୍ୟ କିଛିବର୍ଷ ହେଲା ସେମାନଙ୍କ ମଧ୍ୟରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ। ଉଭୟେ ଗତ ୧୯ ତାରିଖରେ ଫେରାର ହୋଇଯାଇଥିଲେ। ଏନେଇ ଉଭୟଙ୍କ ପରିବାର ଲୋକେ ପାଟପୁର ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ନିଖୋଜ ମାମଲା ନଂ.୫୫/୨୪ ଏବଂ ୫୬/୨୪ ରୁଜୁ କରି ତଦନ୍ତ ଚଳାଇଥିଲେ। ସୁମିତ୍ରାଙ୍କ ୩ ଟି ସନ୍ତାନ ଥିବାବେଳେ ରାଜେନ୍ଦ୍ରଙ୍କ ମଧ୍ୟ ୩ଟି ସନ୍ତାନ ଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ମୃତଦେହ ନିକଟରୁ ୨ଟି ବ୍ୟବହୃତ କୀଟନାଶକ ପ୍ୟାକେଟ୍‌, ମୋବାଇଲ, ପାଣି ବୋତଲ, ଜୋତା ଓ ଆତ୍ମହତ୍ୟାରେ ବ୍ୟବହୃତ ରଶି ଜବତ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସଦର ଥାନା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri