ଘରୁ ଫେରାର ହୋଇଯାଇଥିଲେ ବିବାହିତ ପ୍ରେମୀଯୁଗଳ, ଗଛରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଉଭୟଙ୍କ ମୃତଦେହ

ଦିଗପହଣ୍ଡି,୨୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ଥାନା ଅଲାରିଗଡ଼ ନିସ୍ତିିପୁର ଗ୍ରାମ ନିକଟ ଜଙ୍ଗଲରୁ ଗୁରୁବାର ସକାଳେ ପୋଲିସ ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ପରକିୟା ପ୍ରୀତିରୁ ଅନୈତିକ ପ୍ରେମସମ୍ପର୍କ ପରେ ଉଭୟେ ଆତ୍ମହତ୍ୟା କରିଥିବା ଘଟଣା ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ତଦନ୍ତ କରି ଫେରିଛନ୍ତି। ମୃତକ ଦ୍ବୟ ହେଲେ ଗଞ୍ଜାମ ଜିଲା ପାଟପୁର ଥାନା ରାଧାଦେଇପୁର ଗ୍ରାମର ରାଜେନ୍ଦ୍ର ସାହୁ ଏବଂ ପାଟପୁର ଗ୍ରାମର ସୁମିତ୍ରା ସାହୁ। ପୋଲିସ ମୃତଦେହ ଦୁଇଟିକୁ ଜବତ କରି ଥାନା ଅପମୃତ୍ୟୁ ମାମଲା ନଂ.୩୪/୨୪ ଅନୁଯାୟୀ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲା। ବ୍ୟବଚ୍ଛେଦ ପରେ ଉଭୟଙ୍କ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଉଭୟେ ବିବାହିତ ହୋଇଥିଲେ ମଧ୍ୟ କିଛିବର୍ଷ ହେଲା ସେମାନଙ୍କ ମଧ୍ୟରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ। ଉଭୟେ ଗତ ୧୯ ତାରିଖରେ ଫେରାର ହୋଇଯାଇଥିଲେ। ଏନେଇ ଉଭୟଙ୍କ ପରିବାର ଲୋକେ ପାଟପୁର ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ନିଖୋଜ ମାମଲା ନଂ.୫୫/୨୪ ଏବଂ ୫୬/୨୪ ରୁଜୁ କରି ତଦନ୍ତ ଚଳାଇଥିଲେ। ସୁମିତ୍ରାଙ୍କ ୩ ଟି ସନ୍ତାନ ଥିବାବେଳେ ରାଜେନ୍ଦ୍ରଙ୍କ ମଧ୍ୟ ୩ଟି ସନ୍ତାନ ଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ମୃତଦେହ ନିକଟରୁ ୨ଟି ବ୍ୟବହୃତ କୀଟନାଶକ ପ୍ୟାକେଟ୍‌, ମୋବାଇଲ, ପାଣି ବୋତଲ, ଜୋତା ଓ ଆତ୍ମହତ୍ୟାରେ ବ୍ୟବହୃତ ରଶି ଜବତ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସଦର ଥାନା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri