ପାରିବାରିକ କଳହରେ ବିଷ ପିଇ ଜୀବନ ହାରିଲେ ବିବାହିତା ମହିଳା

କୋକସରା,୧୨।୫(ଡି.ଏନ.ଏ) ପାରିବାରିକ କଳହ ଅସହ୍ୟ ହେବାରୁ ମାନସିକ ଚାପରେ ଆସି କୀଟନାଶକ ଔଷଧ ପିଇ ବିବାହିତ ମହିଳା ଆତ୍ମହତ୍ୟା କରିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ଥାନା କନ୍ଦା ବୁଟୁରା ପଞ୍ଚାୟତ ତୁନଗାଁରେ। ଘାସିରାମ ନାଏକଙ୍କ ସ୍ତ୍ରୀ ଡାଳିମ୍ବ ନାଏକ ବୟସ (୨୦) ଶୁକ୍ରବାର ସକାଳେ ପାରିବାରିକ କଳହ କାରଣରୁ କୀଟନାଶକ ଔଷଧ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କ ପରିବାର ଲୋକେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଡାକ୍ତରଖାନା କର୍ତ୍ତୃପକ୍ଷ କୋକସରା ପୋଲିସକୁ ଏନେଇ ଖବର ଦେବାପରେ କୋକସରା ପୋଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ କରିବା ପରେ ଶବକୁ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛନ୍ତି। ଅନ୍ୟପକ୍ଷରେ ମୃତ ଝିଅର ବାପା ଝିଅକୁ ବିଷ ପିଆଇ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ମୃତକ ମହିଳାଙ୍କ ସ୍ବାମୀକୁ ଅଟକ ରଖି ତଦନ୍ତ ଜାରି ରଖିଛନ୍ତି। କୋକସରା ଥାନା କେଶ୍‌ ନମ୍ବର ୧୩୮/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟତା ଜଣା ପଡିବ ବୋଲି କୋକସରା ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ବିଶ୍ୱ କମର୍ସ ଦିବସ, ବାଣିଜ୍ୟ ଶିକ୍ଷା ଯୁବପିଢ଼ିଙ୍କ ପାଇଁ ଖୋଲୁଛି ନୂଆ ସୁଯୋଗ

ଭଞ୍ଜନଗର,୩ା୮(ବାବୁଲା ପ୍ରଧାନ): ପ୍ରତିବର୍ଷ ଅଗଷ୍ଟ ମାସ ପ୍ରଥମ ସୋମବାର ବିଶ୍ୱ କମର୍ସ ଦିବସ ପାଳିତ ହେଉଛି । ତେଣୁ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri