Posted inଖେଳ

ଇତିହାସର କଥା

ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍‌) ଆନୁକୂଲ୍ୟରେ ୧୯୭୧ରେ ଆରମ୍ଭ ହୋଇଥିଲା ହକି ବିଶ୍ୱକପ। ପ୍ରତିଯୋଗିତାର ସର୍ବ ପ୍ରଥମ ସଂସ୍କରଣରେ ପାକିସ୍ତାନ ପିନ୍ଧିଥିଲା ବିଜୟ ମୁକୁଟ। ସ୍ପେନର ବାର୍ସିଲୋନାରେ ଅନୁଷ୍ଠିତ ଏହି ମେଗା ପ୍ରତିଯୋଗିତାର ଫାଇନାଲରେ ସ୍ପେନକୁ ହରାଇ ପାକିସ୍ତାନ ଚାମ୍ପିୟନ ହୋଇଥିଲା। ପ୍ଲେ-ଅଫ୍‌ରେ କେନିୟାକୁ ହରାଇ ଭାରତ ବ୍ରୋଞ୍ଜ ପଦକ ହାସଲ କରିଥିଲା। ୧୯୭୩ ନେଦରଲାଣ୍ଡର ଆମଷ୍ଟେଲଭିନଠାରେ ଅନୁଷ୍ଠିତ ଦ୍ୱିତୀୟ ସଂସ୍କରଣରେ ଘରୋଇ ନେଦରଲାଣ୍ଡ ଟାଇଟଲ ହାସଲ କରିଥିଲା। ଏଥିରେ ଭାରତ ଚମତ୍କାର ପ୍ରଦର୍ଶନ କରିଥିଲେ ହେଁ ଫାଇନାଲରେ ନେଦରଲାଣ୍ଡଠାରୁ ପେନାଲ୍ଟି ଷ୍ଟ୍ରୋକ୍‌ ୨-୪ ଗୋଲରେ ହାରି ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଥିଲା। ପଶ୍ଚିମ ଜର୍ମାନୀ ତୃତୀୟ ଓ ପାକିସ୍ତାନ ୪ର୍ଥ ସ୍ଥାନ ପାଇଥିଲା। ୧୯୭୫ ମାଲେସିଆର କୁଆଲାଲମ୍ପୁରରେ ଅନୁଷ୍ଠିତ ୩ୟ ସଂସ୍କରଣରେ ଭାରତ ହୋଇଥିଲା ବିଶ୍ୱ ବିଜେତା। ଅଜିତ ପାଲ୍‌ସିଂଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଫାଇନାଲରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୨-୧ ଗୋଲରେ ହରାଇ ଚାମ୍ପିୟନ ହୋଇଥିଲା। ପଶ୍ଚିମ ଜର୍ମାନୀ ଓ ମାଲେସିଆ ପରିବର୍ତ୍ତୀ ୨ ସ୍ଥାନ ଅଧିକାର କରିଥିଲେ। ୧୯୭୮ରେ ପାକିସ୍ତାନ, ନେଦରଲାଣ୍ଡ, ଅଷ୍ଟ୍ରେଲିଆ, ପଶ୍ଚିମ ଜର୍ମାନୀ, ୧୯୮୨ରେ ପାକିସ୍ତାନ, ପଶ୍ଚିମ ଜର୍ମାନୀ, ଅଷ୍ଟ୍ରେଲିଆ, ନେଦରଲାଣ୍ଡ, ୧୯୮୬ରେ ଅଷ୍ଟ୍ରେଲିଆ, ଇଂଲଣ୍ଡ, ପଶ୍ଚିମ ଜର୍ମାନୀ, ସୋଭିଏଟ୍‌ ୟୁନିୟନ, ୧୯୯୦ରେ ନେଦରଲାଣ୍ଡ, ଅଷ୍ଟ୍ରେଲିଆ, ପାକିସ୍ତାନ,ପଶ୍ଚିମ ଜର୍ମାନୀ, ୧୯୯୪ରେ ପାକିସ୍ତାନ, ନେଦରଲାଣ୍ଡ, ଅଷ୍ଟ୍ରେଲିଆ, ଜର୍ମାନୀ, ୧୯୯୮ରେ ନେଦରଲାଣ୍ଡ, ସ୍ପେନ, ଜର୍ମାନୀ, ଅଷ୍ଟ୍ରେଲିଆ, ୨୦୦୨ରେ ଜର୍ମାନୀ, ଅଷ୍ଟ୍ରେଲିଆ, ନେଦରଲାଣ୍ଡ, ଦକ୍ଷିଣ କୋରିଆ, ୨୦୦୬ରେ ଜର୍ମାନୀ, ଅଷ୍ଟ୍ରେଲିଆ, ସ୍ପେନ, ଦକ୍ଷିଣ କୋରିଆ, ୨୦୧୦ରେ ଅଷ୍ଟ୍ରେଲିଆ, ଜର୍ମାନୀ, ନେଦରଲାଣ୍ଡ, ଇଂଲଣ୍ଡ ଏବଂ ୨୦୧୪ରେ ଅଷ୍ଟ୍ରେଲିଆ, ନେଦରଲାଣ୍ଡ, ଆର୍ଜେଣ୍ଟିନା ଓ ଇଂଲଣ୍ଡ ପ୍ରଥମ ୪ ସ୍ଥାନ ଅଧିକାର କରିଥିଲେ। ରେକର୍ଡ ଅନୁସାରେ ପାକିସ୍ତାନ ସର୍ବାଧିକ ୪ଥର, ନେଦରଲାଣ୍ଡ ଓ ଅଷ୍ଟ୍ରେଲିଆ ୩ ଥର ଲେଖାଏ, ଜର୍ମାନୀ ୨ ଥର ଓ ଭାରତ ଥରେ ଚାମ୍ପିୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri