Posted inଜାତୀୟ

୨୪ ଘଣ୍ଟାରେ ସର୍ବାଧିକ ୧୭,୨୯୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ ମୃତ୍ୟୁ ସଂଖ୍ୟା ୧୫ହଜାର ଟପିଲା

ନୂଆଦିଲ୍ଲୀ,୨୬।୬: ଦେଶରେ ଲକ୍‌ଡାଉନ୍‌ ଖୋଲିବାର ୨୫ ଦିନ ବିତିଯାଇଛି। ଇତି ମଧ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୧୭,୨୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୦୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଶୁକ୍ରବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ଲକ୍ଷ ୯୦ହଜାର ୪୦୧ ହୋଇଛି। ଏଥିସହ କରୋନାରେ ମୃତ୍ୟୁ ସଂଖ୍ୟା ୧୫ହଜାର ଟପିଛି।

ଦେଶରେ ମହାରାଷ୍ଟ୍ର ସବୁଠାରୁ ଅଧିକ କରୋନା ପ୍ରଭାବିତ ରାଜ୍ୟ ପାଲଟିଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୭ହଜାରରେ ପହଞ୍ଚିଛି। ସେହିଭଳି ୨୪ ଘଣ୍ଟାରେ ୧୯୨ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୬,୯୩୧ରେ ପହଞ୍ଚିଛି। ମୋଟାମୋଟି ଭାବେ ଦେଖିବାକୁ ଗଲେ ଦେଶରେ ମୋଟ ମୃତ୍ୟୁର ଏକ ତୃତୀୟାଂଶରୁ ଅଧିକ ମହାରାଷ୍ଟ୍ରର ଅଛନ୍ତି।
ସଂକ୍ରମିତ ରାଜ୍ୟଗୁଡ଼ିକ ମଧ୍ୟରେ ଦ୍ୱିତୀୟରେ ରହିଛି ଦିଲ୍ଲୀ। ଏଠାରେ ଦିନକରେ ୩୩୯୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଇତି ମଧ୍ୟରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୩ହଜାର ୭୮୦ ହୋଇଛି।

ତେବେ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟାର ୫୮% ଅର୍ଥାତ ପ୍ରାୟ ୨ ଲକ୍ଷ ୮୫ହଜାର ୬୭୧ଜଣ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୨୪ ଘଣ୍ଟାରେ ପ୍ରାୟ ୨୪ହଜାର ରୋଗୀ ଡିସ୍‌ଚାର୍ଜ ହୋଇଛନ୍ତି। ଫଳରେ ଏବେ ଦେଶରେ ୧ ଲକ୍ଷ ୯୦ହଜାର ଆକ୍ଟିଭ୍‌ କେସ୍‌ ରହିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri