୩୦ ମିନିଟ୍‌ରେ ସର୍ବାଧିକ ୫୪୦୦ ଥର ବିଜୁଳି

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଏପ୍ରିଲ ୨ତାରିଖ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ଅନ୍ୟପକ୍ଷରେ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଭଦ୍ରକ ଜିଲାର ବାସୁଦେବପୁରରେ ମାତ୍ର ୩୦ ମିନିଟରେ ସର୍ବାଧିକ ୫୪୦୦ ଥର ବିଜୁଳି ମାରିଥିବାବେଳେ ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।
ଭଦ୍ରକ ବ୍ୟତୀତ ଖୋର୍ଦ୍ଧା, ନୟାଗଡ଼, ବାଲେଶ୍ୱର, କଟକ, ଜଗତ୍‌ସିଂହପୁର, ପୁରୀ ସମେତ ଅନ୍ୟ ଉପକୂଳବର୍ତ୍ତୀ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବା ସୂଚନା ମିଳିଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ମୁଖ୍ୟ ଏଚ୍‌.ଆର୍‌. ବିଶ୍ୱାସଙ୍କ ସୂଚନା ଅନୁଯାୟୀ, ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଗୁରୁବାର ପଶ୍ଚିମ ଓଡ଼ିଶା ଓ ସମସ୍ତ ଜିଲା ସମେତ କିଛି ଉପକୂଳବର୍ତ୍ତୀ ଜିଲାରେ ବର୍ଷା ସମ୍ଭାବନା ରହିଛି। ମୁଖ୍ୟତଃ ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ୧୫ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୩୦ରୁ ୫୦କିମି ବେଗରେ ପବନ ବହିବ। ୩୧ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ ଅନୁଭୂତ ହେବ। ସେହିପରି ଶୁକ୍ରବାର ରାଜ୍ୟର ସମସ୍ତ ଜିଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ୧୧ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ସେଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୋଳ, ଢ଼େଙ୍କାନାଳ, କଟକ ଏବଂ କେନ୍ଦ୍ରାପଡ଼ା। ଏହି ସବୁ ଜିଲାରେ ବର୍ଷା ପରିମାଣ ୭ରୁ ୧୧ସେଣ୍ଟିମିଟର ଯାଏ ରହିବ ବୋଲି ବିଶ୍ୱାସ କହିଛନ୍ତି। ସେହିପରି ଶୁକ୍ରବାର ବାକି ଜିଲାକୁ ୟେଲୋ ୱାର୍ନିିଂ ଜାରି ହୋଇଛି। ଏଠାରେ ବର୍ଷା ସହ ପବନର ବେଗ ଘଣ୍ଟା ପ୍ରତି ୫୦ କିମି ଯାଏ ରହିବ। ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସକାଳୁ ଅପରାହ୍ନ ଯାଏ ପାଗ ଶୁଖିଲା ରହିବା ସହ ପାରଦ ସ୍ବାଭାବିକରୁ ୩ଡିଗ୍ରୀ ଯାଏ ବଢ଼ିପାରେ। ଅପରାହ୍ନରୁ ପାଗ ବଦଳିବା ସହ ଏକାଧିକ ଜିଲାରେ କାଳବୈଶାଖୀ ବର୍ଷା ହେବ। ବର୍ତ୍ତମାନ ଉତ୍ତର ମଧ୍ୟପ୍ରଦେଶର ମଧ୍ୟଭାଗରୁ ଏକ ନିମ୍ନଚାପରେଖା ବାହାରି ଦକ୍ଷିଣ ତାମିଲନାଡ଼ୁ ଦେଇ ବିଦର୍ଭ, ତେଲଙ୍ଗାନା ଓ ରୟାଲସୀମା ଯାଏ ସମୁଦ୍ରପତ୍ତନରୁ ୦.୯ କିମି ଉଚ୍ଚରେ ଲମ୍ବିଛି। ସେହିପରି ଅନ୍ୟ ଏକ ନିମ୍ନଚାପରେଖା ସବ୍‌ହିମାଲୟନ୍‌ଠାରୁ ବାହାରି ପଶ୍ଚିମବଙ୍ଗ ହୋଇ ଉତ୍ତର ଦିଗ ଦେଇ ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚରେ ଲମ୍ବିଛି। ଫଳରେ ରାଜ୍ୟରେ ବର୍ଷା ଅନୂଭୁତ ହେଉଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ବୁଧବାର ରାଜ୍ୟର ୨୦ ସହରରେ ପାରଦ ୩୫ ଡିଗ୍ରୀରୁ ଉପରେ ଥିବାବେଳେ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri