ତଦନ୍ତ ପାଇଁ ପହଞ୍ଚିଲା ମେଡିକାଲ ଟିମ୍‌

ଅମରପାଲି,୩ା୯(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ସୁରଧାପାଲି (ହୋତାପାଲି )ଗ୍ରାମରେ ସପ୍ତାହକ ମଧ୍ୟରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଦୁଇ ଜଣ ଆଦିବାସୀ ମହିଳାଙ୍କ ମୃତ୍ୟୁ ଘଟିଥିଲା । ଏନେଇ ଗତ ୨୨ତାରିଖ ଧରିତ୍ରୀରେ ‘କିଡନୀ ଆକ୍ରାନ୍ତ ଆଦିବାସୀ ମହିଳାଙ୍କ ମୃତ୍ୟୁ’ ଏବଂ ଗତ ୨୭ତାରିଖରେ ‘ସ୍ବାମୀ ମରିଥିଲେ,ସ୍ତ୍ରୀ ବି କିଡନୀ ରୋଗରେ ମଲେ’ଶୀର୍ଷକ ଦୁଇଟି ତଥ୍ୟଭିତ୍ତିକ ଖବର ପ୍ରକାଶ ପାଇଥିଲା। ଏହି ଖବର ପ୍ରକାଶ ପାଇବା ପରେ ବୀରମହାରାଜପୁର ଉପଖଣ୍ଡ ଡାକ୍ତରଖାନାର ଏକ ମେଡିକାଲ ଟିମ୍‌ ହୋତାପାଲି ଗ୍ରାମରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମେଡିକାଲ ଟିମ୍‌ରେ ଆୟୁର୍ବେଦିକ ଡାକ୍ତର ଅମିତ କୁମାର ମୁଦୁଲି, ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରିଣୀ ସ୍ବର୍ଣ୍ଣପ୍ରଭା ଜୁଏଡ,ଭାରପ୍ରାପ୍ତ ସ୍ବାସ୍ଥ୍ୟ ପରିଦର୍ଶକ ଗିରିଧାରୀ ସାହୁ ଓ ସ୍ଥାନୀୟ ଆଶାକର୍ମୀ ଶୁଭ୍ରାଙ୍ଗୀ ଲାକ୍ରା ପ୍ରମୁଖ ହୋତାପାଲିକୁ ଯାଇ କିଡ୍‌ନୀ ରୋଗରେ ମୃତକଦ୍ବୟଙ୍କ ଘରକୁ ଯାଇ ସେମାନଙ୍କ ମୃତ୍ୟୁର କାରଣ ଓ ସେମାନେ କେଉଁଠି ଓ କିପରି ଚିକିତ୍ସା ହେଉଥିଲେ ତାହାର ତଥ୍ୟ ସଂଗ୍ରହ କରିଛନ୍ତି। ଏହାସହିତ ଗ୍ରାମର କିଡ୍‌ନୀ ଆକ୍ରାନ୍ତ ସନ୍ଦେହ ଥିବା ବ୍ୟକ୍ତିଙ୍କ ରକ୍ତ ନମୁନା ସଂଗ୍ରହ କରିଛନ୍ତି। ପାନୀୟ ଜଳ ଯୋଗୁ କିଡ୍‌ନୀ ରୋଗ ବ୍ୟାପୁଥିବା ସନ୍ଦେହ କରି ଗ୍ରାମର ସମସ୍ତ ନଳକୂପର ଜଳ ନମୂନା ମଧ୍ୟ ସଂଗ୍ରହ କରିଥିବା ଜଣାପଡିଛି। ଯେଉଁମାନେ କିଡନୀ ଆକ୍ରାନ୍ତ ହୋଇଛନ୍ତି ସେମାନଙ୍କୁ ମାଗଣା ଚିକିତ୍ସା କରାଯିବାର ବ୍ୟବସ୍ଥା କରାଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ହୋତାପାଲି ଗ୍ରାମରେ ଗତ ୨୧ତାରିଖରେ ମେରି ଏକ୍କା(୫୦) ଓ ଗତ ୨୫ତାରିଖରେ ଗାନ୍ଦ ମିଞ୍ଜ(୫୨)ନାମକ ଆଦିବାସୀ ମହିଳାଙ୍କ କିଡ଼ନୀ ରୋଗରେ ମୃତ୍ୟୁ ହୋଇଥିଲା। ଏପରି କି ମୃତ ଗାନ୍ଦଙ୍କ ସ୍ବାମୀ ବୁଧୁ ମିଞ୍ଜଙ୍କ ପ୍ରାୟ ୧୧ମାସ ପୂର୍ବରୁ କିଡନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ହୋଇଥିଲା। ମୃତ ଗାନ୍ଦଙ୍କ ଏକମାତ୍ର ପୁଅ ଦାଦନ ଖଟୁଥିବା ବେଳେ ବଡ ଝିଅ ମାଙ୍ଗ୍ରୀତା(୧୬)ମାଟ୍ରିକ ପାସ କରି ମଧ୍ୟ ଅର୍ଥାଭାବରୁ ପାଠ ପଢି ପାରୁନାହିଁ। ସାନ ଝିଅ ଗୀତା (୧୩)ସାଗଯୋରୀ ପ୍ରକଳ୍ପ ହାଇସ୍କୁଲରେ ନବମ ଶ୍ରେଣୀରେ ପଢୁଥିଲେ ମଧ୍ୟ ଏବେ ତାଙ୍କ ପାଠପଢାରେ ସନ୍ଦେହ ଦେଖାଯାଇଛି। ଏଭଳି ପରିସ୍ଥିତିରେ କିଡ୍‌ନୀ ଆକ୍ରାନ୍ତ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ସହିତ ଆକ୍ରାନ୍ତଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri