ନବୀନ ଡାକିଲେ ବଡ଼ ବୈଠକ, ପହଞ୍ଚିଲେ ନେତା

ବନେଶ଼୍ବର, ୨୪।୬: ରାଜ୍ୟସଭା ଏମ୍‌ପିମାନଙ୍କୁ ନେଇ ଆଜି ନବୀନ୍‌ ନିବାସରେ ବୈଠକ ଡକାଯାଇଛି । ବିଜୁ ଜନତା ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଏହି ବୈଠକ ଡକାଇଛନ୍ତି । ରାଜ୍ୟସଭାରେ ଦଳର ଆଭିମୁଖ୍ୟ କିପରି ରହିବ ସେ ନେଇ ଆଜି ବୈଠକରେ ଆଲୋଚନା ହେବା ନେଇ ଜଣାପଡ଼ିଛି ।

ସୂଚନା ଥାଉକି, ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍‌ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍‌ଆର କଂଗ୍ରେସକୁ ହରାଇ ଆନ୍ଧ୍ର ପ୍ରଦେଶରେ ଭାଜପା, ଟିଡିପି ଏବଂ ଜନସେନା ମେଣ୍ଟ ସରକାର କରିଛି । ଏହି ଦୁଇ ଆଞ୍ଚଳିକ ଦଳ ଲୋକସଭା ନିର୍ବାଚନରେ ମଧ୍ୟ ଖରାପ ପ୍ରଦର୍ଶନ କରିଛନ୍ତି । କିନ୍ତୁ ଏହି ଦୁଇ ଦଳଙ୍କ ପାଖରେ ଏବେ ମଧ୍ୟ ଭାଜପାକୁ ବିରୋଧ କରିବା ଏବଂ କୌଣସି ବିଲ୍‌ ପାସ୍‌ କରାଇନଦେବା ଭଳି କ୍ଷମତା ରହିଛି ।

ରାଜ୍ୟସଭାରେ ବର୍ତ୍ତମାନ ୱାଇଏସ୍‌ଆର କଂଗ୍ରେସର ୧୧ ଜଣ ଏମ୍‌ପି ଥିବାବେଳେ ବିଜୁ ଜନତା ଦଳର ୯ ଜଣ ଏମ୍‌ପି ଅଛନ୍ତି। ଅନ୍ୟପକ୍ଷରେ, ଦଶ ବର୍ଷ ଶାସନ କରିବା ପରେ ମଧ୍ୟ ଭାରତୀୟ ଜନତା ପାର୍ଟିର ସଂସଦର ଉପର ଗୃହରେ ସଂଖ୍ୟାଗରିଷ୍ଠତା ନାହିଁ । ଯଦି ଏହାର ସହଯୋଗୀ ଏମ୍‌ପିଙ୍କ ସଂଖ୍ୟା ଯୋଡ଼ି ଦିଆଯାଏ ତେବେ ବି ଏହା ବିଲ୍‌ ପାସ୍‌ କରିବାକୁ ସମର୍ଥ ନୁହେଁ ।

ରାଜ୍ୟସଭାର ମୋଟ ସଦସ୍ୟଙ୍କ ସଂଖ୍ୟା ୨୪୫ ହୋଇଥିବା ବେଳେ କୌଣସି ବିଲ ପାସ କରିବାକୁ, ୧୨୩ ଏମ୍‌ପିଙ୍କ ସମର୍ଥନ ଆବଶ୍ୟକ ହେବ । ବର୍ତ୍ତମାନ ସମସ୍ତ ଏନଡିଏ ସହଯୋଗୀ ଦଳର ରାଜ୍ୟସଭା ସାଂସଦଙ୍କ ସଂଖ୍ୟା ମାତ୍ର ୧୧୭, ଯାହା ସଂଖ୍ୟାଗରିଷ୍ଠତାଠାରୁ ୬ ସଦସ୍ୟ କମ୍‌। ଏଭଳି ପରିସ୍ଥିତିରେ, ୱାଇଏସ୍‌ଆର କଂଗ୍ରେସ କିମ୍ବା ବିଜୁ ଜନତା ଦଳ ବିନା ସମର୍ଥନରେ ଉପର ଗୃହରେ କୌଣସି ବିଲ ପାସ କରିବା ସହଜ ହେବ ନାହିଁ। ଆଗାମୀ ଦିନରେ ଅତି କମରେ ୬ଟି ଖାଲି ସିଟ ଜିତିବାକୁ ଭାଜପା ନିଶ୍ଚୟ ଚେଷ୍ଟା କରିବ । ତେବେ ସରକାର ହରାଇବା ପରେ ମଧ୍ୟ ଏବେ ବିି ୱାଇଏସ୍‌ର କଂଗ୍ରେସ ଏବଂ ବିଜୁ ଜନତା ଦଳ ରାଜ୍ୟସଭାରେ କ୍ଷମତାପୂର୍ଣ୍ଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri