କର୍ମକର୍ତ୍ତାଙ୍କୁ ଏହି ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର,୩୧।୮: ଏକଜୁଟ ହୋଇ ଦଳକୁ ଶକ୍ତିଶାଳୀ କରିବା ପାଇଁ କାମ କରିବାକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଛାତ୍ର, ଯୁବ, ମହିଳା ଶାଖାକୁ ଆହ୍ବାନ ଦେଇଛନ୍ତି। ଶୁକ୍ରବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କ ବୈଠକରେ ଯୋଗଦେଇ ନବୀନ କହିଛନ୍ତି, ସେବା, ସଂଗ୍ରାମ, ସ୍ବାଭିମାନ ଓ ସଚେତନତା ହେଉଛି ଦଳର ଆଦର୍ଶ। ଏକ ଆଞ୍ଚଳିକ ଦଳ ଭାବରେ ବିଜୁ ଜନତା ଦଳ ଗତ ୨୭ ବର୍ଷ ଧରି ଓଡ଼ିଶାବାସୀଙ୍କ ସେବା କରିଆସୁଛି। ଛାତ୍ର, ଯୁବକ, ମହିଳା, ଚାଷୀ ଶ୍ରମିକ ସମସ୍ତଙ୍କୁ ସାଥିରେ ନେଇ ଏହା ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇପାରିଛି। କ୍ଷମତା ନୁହେଁ, ଲୋକଙ୍କ ସେବା ହିଁ ବିଜେଡିର ଲକ୍ଷ୍ୟ।
ନିର୍ବାଚନ ବିଷୟ ଉଲ୍ଲେଖକରି ନବୀନ କହିଛନ୍ତି, ନିର୍ବାଚନରେ ହାରଜିତ ରହିଛି। ଓଡ଼ିଶାବାସୀଙ୍କ ଏ ଭଲ ପାଇବା ହିଁ ବିଜେଡିର ସବୁଠାରୁ ବଡ଼ ଶକ୍ତି । ସୋସିଆଲ ମିଡିଆର ସମାଜ ଉପରେ ପ୍ରଭାବ ବିଷୟରେ ଅବତାରଣା କରି ନବୀନ ଛାତ୍ର ସମାଜକୁ ସାମାଜିକ ଗଣମାଧ୍ୟମରେ ସକ୍ରିୟ ରହିବା ପାଇଁ ପରାମର୍ଶ ଦେଇ ମିଛ ଖବର ବିରୋଧରେ ସଂଗ୍ରାମ ଜାରି ରଖିବାକୁ ଆହ୍ବାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଈପ୍ସିତା ସାହୁ, ଅବିନାଶ ଠାକୁର ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ବୈଠକରେ ବିଜୁ ଛାତ୍ର ଜନତା ଦଳ ବ୍ଲକ ଓ ପଞ୍ଚାୟତ ସ୍ତରରେ ଦଳକୁ ସୁଦୃଢ଼ କରିବାକୁ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri