ନାଚ ସାରି ଫେରୁଥିଲେ ମେଲୋଡି କଳାକାର, ରାସ୍ତାରେ ଅଟକାଇ ମାଡ଼ ମାରିଲେ…

ଆଠଗଡ଼,୩।୨: ନାଚ ସାରି ଫେରୁଥିଲେ ମେଲୋଡି କଳାକାର ରାସ୍ତାରେ ଅଟକାଇ ମାରିଲେ ଦୁବୃର୍ତ୍ତ। ଏଭଳି ଘଟଣା ଘଟିଛି କଟକ ଜିଲା ତିଗିରିଆ ଥାନା ପାଳପୁଟ ଗାଁରେ।
ସୂଚନାଯୋଗ୍ୟ, ତିଗିରିଆ ଥାନା ଶୁଣ୍ଠିପାଳ ଗାଁକୁ ମେଲୋଡି ପାଇଁ କଳାକାର ଆସିଥିଲେ। ରାତିରେ ମେଲୋଡ଼ି ସାରି ଫେରୁଥିବା ବେଳେ ପାଳପୁଟ ଗାଁର କିଛି ଯୁବକ  ସେମାନଙ୍କୁ ଅଟକାଇ ଅସଦାଚରଣ କରିବା ସହ ଟଙ୍କା, ସୁନା ଚେନ ଛଡ଼ାଇବା ଅଭିଯୋଗ ହୋଇଛି। ଏହା ସହ ସେମାନଙ୍କୁ  ମାଡ଼ ମାରିଥିବା ସେମାନେ ତିଗିରିଆ ଥାନାରେ ଅଭିଯୋଗ କରିଛନ୍ତି।
Dharitri – Odisha’s No.1 Odia Daily

Share