ଶାଗ ତୋଳିବା ବେଳେ ଗଛରୁ ଖସିପଡି ଚାଲିଗଲା ଜୀବନ

ବାଲିଗୁଡା,୩।୪:(ଡି.ଏନ.ଏ): ଶାଗ ତୋଳିବା ବେଳେ ଗଛରୁ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସୂଚନା ଅନୁଯାୟୀ, କୋଟଗଡ ଥାନା ଅନ୍ତର୍ଗତ ସାର୍ତ୍ତୁଲ ପଞ୍ଚାୟତ ରଡା ଗ୍ରାମର ମାଧବ ମୁଠାମାଝୀ (୫୦ ବର୍ଷ) ସୋମବାର ବରଡା ଶାଗ ତୋଳିବା ପାଇଁ ଗଛ ଉପରେ ଚଢିଥିଲେ । ଅସାବଧାନତା ବଶତଃ ସେ ପ୍ରାୟ ୨୫ ଫୁଟ୍‌ ଉପରୁ ତଳକୁ ଖସି ପଡ଼ିଥିଲେ l ପରିବାର ଲୋକେ ତାଙ୍କୁ ତୁରନ୍ତ ନେଇ କୋଟଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ଓ ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଟାଉନ ଥାନାରେ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଏଏସ୍‌ଆଇ ବାଳକୃଷ୍ଣ ପାଇଁ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri