ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା

ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ ବିକୃତ ମହିଳା ଭୋକ ବିକଳରେ ରାସ୍ତାକଡ଼ ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟି ଖାଉଥିତ୍ବା ଦେଖିବାକୁ ମିଳିଥିଲା। ଯେ କେହି ଏହି ଦୃଶ୍ୟ ଦେଖିବ ବିଚଳିତ ହୋଇଉଠିବ। କରୋନା ସମୟରେ ଏଭଳି ଦୃଶ୍ୟ ସରକାରଙ୍କ ଯୋଜନା ଉପରକୁ ଆଙ୍ଗୁଳି ନିଦ୍ଦେର୍ର୍ଶ କରୁଛି। ବୁଲା ଗୋରୁଙ୍କ ପାଇଁ ସରକାର ଅର୍ଥ ଯୋଗାଇ ଦେଉଥିବା ବେଳେ ମାନସିକ ବିକାରଗ୍ରସ୍ତଙ୍କ କଥା ଭୁଲିଯିବା ଦୁଃଖର ବିଷୟ। ଉଲ୍ଲେଖଯୋଗ୍ୟ ଯେ, ସଂକ୍ରମଣ ଚେନ୍‌ ଭାଙ୍ଗିବାକୁ ସପ୍ତାହରେ ୫ ଦିନ ଲକଡାଉନ୍‌ ଓ ଶନିବାର, ରବିବାର ଦୁଇ ଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଶଟଡାଉନ୍‌ କାରଣରୁ ଦୋକାନ ବଜାର ସମ୍ପୂର୍ଣ୍ଣ ଭାବେ ବନ୍ଦ ରହୁଛି। ତେବେ ଏସବୁ ମଧ୍ୟରେ ସବୁଠାରୁ ପ୍ରଭାବିତ ହେଉଛନ୍ତି ମାନସିକ ବିକାରଗ୍ରସ୍ତ ବ୍ୟକ୍ତି। ସ୍ଥାନୀୟ କିଛି ସ୍ବେଚ୍ଛାସେବୀ ସେମାନଙ୍କୁ ଖାଇବାକୁ ଦେଉଥିବା ବେଳେ ଅନେକ ସମୟରେ ସେମାନେ ଭୋକିଲା ରହୁଛନ୍ତି। ବ୍ଲକ ତଥା ଜିଲା ପ୍ରଶାସନ ମଧ୍ୟ ଏକ୍ଷେତ୍ରରେ ନୀରବ ରହିବା ଆଶ୍ଚର୍ଯ୍ୟଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri