ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା

ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ ବିକୃତ ମହିଳା ଭୋକ ବିକଳରେ ରାସ୍ତାକଡ଼ ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟି ଖାଉଥିତ୍ବା ଦେଖିବାକୁ ମିଳିଥିଲା। ଯେ କେହି ଏହି ଦୃଶ୍ୟ ଦେଖିବ ବିଚଳିତ ହୋଇଉଠିବ। କରୋନା ସମୟରେ ଏଭଳି ଦୃଶ୍ୟ ସରକାରଙ୍କ ଯୋଜନା ଉପରକୁ ଆଙ୍ଗୁଳି ନିଦ୍ଦେର୍ର୍ଶ କରୁଛି। ବୁଲା ଗୋରୁଙ୍କ ପାଇଁ ସରକାର ଅର୍ଥ ଯୋଗାଇ ଦେଉଥିବା ବେଳେ ମାନସିକ ବିକାରଗ୍ରସ୍ତଙ୍କ କଥା ଭୁଲିଯିବା ଦୁଃଖର ବିଷୟ। ଉଲ୍ଲେଖଯୋଗ୍ୟ ଯେ, ସଂକ୍ରମଣ ଚେନ୍‌ ଭାଙ୍ଗିବାକୁ ସପ୍ତାହରେ ୫ ଦିନ ଲକଡାଉନ୍‌ ଓ ଶନିବାର, ରବିବାର ଦୁଇ ଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଶଟଡାଉନ୍‌ କାରଣରୁ ଦୋକାନ ବଜାର ସମ୍ପୂର୍ଣ୍ଣ ଭାବେ ବନ୍ଦ ରହୁଛି। ତେବେ ଏସବୁ ମଧ୍ୟରେ ସବୁଠାରୁ ପ୍ରଭାବିତ ହେଉଛନ୍ତି ମାନସିକ ବିକାରଗ୍ରସ୍ତ ବ୍ୟକ୍ତି। ସ୍ଥାନୀୟ କିଛି ସ୍ବେଚ୍ଛାସେବୀ ସେମାନଙ୍କୁ ଖାଇବାକୁ ଦେଉଥିବା ବେଳେ ଅନେକ ସମୟରେ ସେମାନେ ଭୋକିଲା ରହୁଛନ୍ତି। ବ୍ଲକ ତଥା ଜିଲା ପ୍ରଶାସନ ମଧ୍ୟ ଏକ୍ଷେତ୍ରରେ ନୀରବ ରହିବା ଆଶ୍ଚର୍ଯ୍ୟଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri