ଓଡ଼ଗାଁରୁ ବ୍ରାଉନସୁଗାର ଆଣି ଭଞ୍ଜନଗର ଆସୁଥିଲେ ବେପାରୀ, ବିକିବା ପୂର୍ବରୁ ୩ ଜଣଙ୍କୁ ଧରି…

ଭଞ୍ଜନଗର,୨୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଭଞ୍ଜନଗର ପୋଲିସ ପ୍ରାୟ ୩୨ ଗ୍ରାମ ବ୍ରାଉନସୁଗାର ସହ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯିବା ବୋଲି ଭଞ୍ଜନଗର ଏଏସ୍‌ପି ରଞ୍ଜନ କୁମାର ଦେ ଆଜି ଏକ ଖବରଦତା ସମ୍ମିଳନୀରେ  ପ୍ରକାଶ କରିଛନ୍ତି। ଏହି ସମୟରେ ଭଞ୍ଜନଗର ଏସଡିପିଓ ଡ. ଦୀପକ ମିଶ୍ର, ଥାନା ଅଧିକାରୀ ଜୀବନାନନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ଘଟଣାରୁ ପ୍ରକାଶ ଯେ, ଭଞ୍ଜନଗର ସହର ଭେଜିପୁଟର ଜଣେ ଯୁବକ, ବାଉଁଶଲୁଣ୍ଡିର ଜଣେ ଏବଂ ଓଡ଼ଗାଁର ଜଣେ ଯୁବକ ଗୁରୁବାର ରାତିରେ ବ୍ରାଉନସୁଗାର ଧରି ବେଲଗୁଣ୍ଠା ରୋଡ୍‌ରୁ ଭଞ୍ଜନଗର ଅଭିମୁଖେ ଆସୁଥିଲେ। ଉକ୍ତ ବ୍ରାଉନସୁଗାରକୁ ସେମାନେ ସହରର ବିଭିନ୍ନ ଯୁବକଙ୍କୁ ବିକ୍ରି କରିଥାନ୍ତେ। ଏହାପୂର୍ବରୁ ପୋଲିସ ସେମାନଙ୍କୁ ଗିରଫ କରିନେଇଥିଲା।

ସୂଚନାଯୋଗ୍ୟ, ବିଗତ ଏକ ମାସ ହେବ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ର ଜିଲାକୁ ଅପରାଧ ମୁକ୍ତ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି। ତେଣୁ ସେ ଜିଲାର ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କ ଗତିବିଧି ଉପରେ ନଜର ରଖିବା ପାଇଁ ସମସ୍ତ ଥାନାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଅପରାଧୀମାନଙ୍କୁ ଗିରଫ କରିବା ପାଇଁ ଏକାଧିକ ସତନ୍ତ୍ର ଟିମ୍‌ ଗଠନ ହୋଇଛି। ଏହିଭଳି ଗିରଫ ୩ ଜଣଙ୍କ ମଧ୍ୟରୁ ଜଣେ ଯୁବକ ଉପରେ ପୋଲିସ ଆଜକୁ କିଛିଦିନ ହେବ ନଜର ରଖିଥିଲା। ଗତକାଲି ଯୁବକ ଜଣକ ଆଉ ଦୁଇଜଣ ସହ ମିଶି ବ୍ରାଉନସୁଗାର ଧରି ଭଞ୍ଜନଗର ଅଭିମୁଖେ ଆସୁଥିଲେ। ଏହି ସମୟରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ସୂଚନା ପାଇ ବେଲଗୁଣ୍ଠା ରୋଡ୍‌ରେ ଉକ୍ତ ଯୁବକଙ୍କୁ ଏସ୍‌ଆଇ ଲକ୍ଷ୍ମୀଧର ମହାନ୍ତି ଏବଂ ଅନ୍ୟମାନେ କାବୁ କରିଥିଲେ। ଭଞ୍ଜନଗର ଥାନା ଅଞ୍ଚଳରେ ବ୍ରାଉନସୁଗାର ସହ ଅଭିଯୁକ୍ତ ଗିରଫ ହେବା ଘଟଣା ବିରଳ। ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ ମହାରଙ୍କ ଉପସ୍ଥିତିରେ ଜବତ ବ୍ରାଉନସୁଗାରକୁ ଓଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri