ଓଡ଼ଗାଁରୁ ବ୍ରାଉନସୁଗାର ଆଣି ଭଞ୍ଜନଗର ଆସୁଥିଲେ ବେପାରୀ, ବିକିବା ପୂର୍ବରୁ ୩ ଜଣଙ୍କୁ ଧରି…

ଭଞ୍ଜନଗର,୨୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଭଞ୍ଜନଗର ପୋଲିସ ପ୍ରାୟ ୩୨ ଗ୍ରାମ ବ୍ରାଉନସୁଗାର ସହ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯିବା ବୋଲି ଭଞ୍ଜନଗର ଏଏସ୍‌ପି ରଞ୍ଜନ କୁମାର ଦେ ଆଜି ଏକ ଖବରଦତା ସମ୍ମିଳନୀରେ  ପ୍ରକାଶ କରିଛନ୍ତି। ଏହି ସମୟରେ ଭଞ୍ଜନଗର ଏସଡିପିଓ ଡ. ଦୀପକ ମିଶ୍ର, ଥାନା ଅଧିକାରୀ ଜୀବନାନନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ଘଟଣାରୁ ପ୍ରକାଶ ଯେ, ଭଞ୍ଜନଗର ସହର ଭେଜିପୁଟର ଜଣେ ଯୁବକ, ବାଉଁଶଲୁଣ୍ଡିର ଜଣେ ଏବଂ ଓଡ଼ଗାଁର ଜଣେ ଯୁବକ ଗୁରୁବାର ରାତିରେ ବ୍ରାଉନସୁଗାର ଧରି ବେଲଗୁଣ୍ଠା ରୋଡ୍‌ରୁ ଭଞ୍ଜନଗର ଅଭିମୁଖେ ଆସୁଥିଲେ। ଉକ୍ତ ବ୍ରାଉନସୁଗାରକୁ ସେମାନେ ସହରର ବିଭିନ୍ନ ଯୁବକଙ୍କୁ ବିକ୍ରି କରିଥାନ୍ତେ। ଏହାପୂର୍ବରୁ ପୋଲିସ ସେମାନଙ୍କୁ ଗିରଫ କରିନେଇଥିଲା।

ସୂଚନାଯୋଗ୍ୟ, ବିଗତ ଏକ ମାସ ହେବ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ର ଜିଲାକୁ ଅପରାଧ ମୁକ୍ତ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି। ତେଣୁ ସେ ଜିଲାର ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କ ଗତିବିଧି ଉପରେ ନଜର ରଖିବା ପାଇଁ ସମସ୍ତ ଥାନାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଅପରାଧୀମାନଙ୍କୁ ଗିରଫ କରିବା ପାଇଁ ଏକାଧିକ ସତନ୍ତ୍ର ଟିମ୍‌ ଗଠନ ହୋଇଛି। ଏହିଭଳି ଗିରଫ ୩ ଜଣଙ୍କ ମଧ୍ୟରୁ ଜଣେ ଯୁବକ ଉପରେ ପୋଲିସ ଆଜକୁ କିଛିଦିନ ହେବ ନଜର ରଖିଥିଲା। ଗତକାଲି ଯୁବକ ଜଣକ ଆଉ ଦୁଇଜଣ ସହ ମିଶି ବ୍ରାଉନସୁଗାର ଧରି ଭଞ୍ଜନଗର ଅଭିମୁଖେ ଆସୁଥିଲେ। ଏହି ସମୟରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ସୂଚନା ପାଇ ବେଲଗୁଣ୍ଠା ରୋଡ୍‌ରେ ଉକ୍ତ ଯୁବକଙ୍କୁ ଏସ୍‌ଆଇ ଲକ୍ଷ୍ମୀଧର ମହାନ୍ତି ଏବଂ ଅନ୍ୟମାନେ କାବୁ କରିଥିଲେ। ଭଞ୍ଜନଗର ଥାନା ଅଞ୍ଚଳରେ ବ୍ରାଉନସୁଗାର ସହ ଅଭିଯୁକ୍ତ ଗିରଫ ହେବା ଘଟଣା ବିରଳ। ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ ମହାରଙ୍କ ଉପସ୍ଥିତିରେ ଜବତ ବ୍ରାଉନସୁଗାରକୁ ଓଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri