ନାବାଳିକା ଜନ୍ମଦେଲେ ମୃତ ଶିଶୁ  କନ୍ୟା

ପୁରୁଷୋତ୍ତମପୁର,୬।୩ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ମହିଳା ଓ ଶିଶୁଙ୍କ ସୁରକ୍ଷା ଦିଗହରା ହୋଇପଡିଛି। ନିରିହ ଗରିବ ଶ୍ରେଣିର ନାବାଳିକା ଓ ଯୁବତୀମାନଙ୍କୁ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଓ ଧମକ ଦେଇ ବିଭିନ୍ନ ସମୟରେ ବଳକ୍ତାର କରାଯାଉଛି। ଏଭଳି ଏକ ପରିସ୍ତିର ଶିକାର ହୋଇ ଜଣେ ୧୭ ବର୍ଷିୟା ନାବାଳିକା ମଙ୍ଗଳବାର ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅପ୍ରାପ୍ତ ମୃତ ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ଏହିଘଟଣା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାକୁ ଗୁରୁତର ସହ ନେଇ ଆଇଆଇସି ବିପିନ ବିହାରି ହୋତା  କେସ ନଂ. ୧୩୭/୨୪ ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରିବା ଲାଗି ଏସଆଇ ଆଦିତ୍ୟ ନାରାୟଣ ପାତ୍ର ଓ ଏସଆଇ ସୁଶାନ୍ତକୁମାର ମିଶ୍ରଙ୍କୁନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି।  ବିଭିନ୍ନ ସ୍ତାନରେ ଚଢାଉ ଚାଲିଛି। ଘଟଣାକୁନେଇ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାଅନୁଯାୟୀ,
ମଙ୍ଗଳବାର ଅପରାହ୍ନରେ ନାବାଳିକା ତାଙ୍କ ବାପାଙ୍କ ସହ ପେଟରେ ଜନ୍ତ୍ରଣା ହେଉଥିବା  ନେଇ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ଏହି ସମୟରେ ଡାକ୍ତର ଚିକିତ୍ସା କରିବା ବେଳେ ନାବାଳିକା ମୃତ ଶିଶୁ କନ୍ୟାଙ୍କୁ  ଜନ୍ମଦେଇଥିଲେ।  ଏହି ମୃତ  ଶିଶୁଟି ଅପ୍ରାପ୍ତ ୪ରୁ ୫ ମାସର ହୋଇଥିବା ଏବଂ  ସ୍ବସ୍ଥ୍ୟକେନ୍ଦ୍ରକୁ ଆସିବା ପୂର୍ବରୁ ନାବାଳିକାଟି ଅନ୍ୟକେଉଁ ସ୍ତାନରେ କିଛି ଔଷଧ ଓ ଇଞ୍ଜେକଶନ ନେଇଥିବାରୁ ଏଭଳି ପେଟରେ ଶିଶୁଟିର ମୃତ୍ୟୁ ଘଟିଥିବାର  ନେଇ ଚିକିସା କରୁଥିବା ଡାକ୍ତର ଶୁଭାସିଶ ଗୋସ୍ବାମୀ କହିଛନ୍ତି। ଏପରିକି ଘଟଣାକୁନେଇ ସେ ପୋଲିସକୁ ଲିଖିତ ଭାବରେ ଜଣାଇଥିବା ନେଇ କହିଛନ୍ତି। ପ୍ରସବ ପରେ ନାବାଳିକା ସୁସ୍ତଥିବା ଜଣାପଡ଼ିଛି। ନାବାଳିକାଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିବାରୁ ଏହାର ସୁଯୋଗ ନେଇ ଯୁବକ ଜଣକ ବିଭିନ୍ନ ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖିଥିଲେ। ପରେ ନାବାଳିକାଙ୍କର ଏପରି ଅବସ୍ଥା ହୋଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri