ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର ନାବାଳକ ଛାତ୍ର ହିତେଶ ପଣ୍ଡା (୧୬) ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି ଘଟଣା ପରେ ସମଗ୍ର ବଲିଆ ଗ୍ରାମ କାନ୍ଦବୋବାଳିରେ ଫାଟି ପଡୁଛି। ଏହି ଖବର ଶୁଣି ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ପରିବାର ଲୋକଙ୍କ ସୂଚନା ଅନୁଯାୟୀ, ବିଲିଆ ଗ୍ରାମର ନିରଞ୍ଜନ ପଣ୍ଡାଙ୍କ ପୁଅ ହିତେଶ ରବିବାର ସକାଳେ ନିଜ ନିତ୍ୟକର୍ମ ସାରି ଗାଧୋଇବା ପାଇଁ ଗ୍ରାମର ପୋଖରୀକୁ ଯାଇଥିଲେ। ପୋଖରୀ ତୁଠରେ ଗାଧୋଉଥିବା ସମୟରେ କୌଣସି କାରଣବଶତଃ ତାଙ୍କର ଗୋଡ଼ ଖସିଯିବାରୁ ଗଭୀର ଜଳ ମଧ୍ୟକୁ ଚାଲିଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଗ୍ରାମବାସୀଙ୍କଠାରୁ ଖବର ପାଇ ଡେରାବିଶ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲେ। ଦୀର୍ଘ ସମୟ ଖୋଜାଖୋଜି ପରେ ପୋଖରୀ ମଧ୍ୟରୁ ହିତେଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଡେରାବିଶ ଥାନା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରିଛି। ହିତେଶଙ୍କର ଏପରି ଆକସ୍ମିକ ଓ ଅକାଳ ମୃତ୍ୟୁରେ ତାଙ୍କ ମା-ବାପା ଏବଂ ପରିବାର ଲୋକ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?