ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ନାବାଳକ, ଦେଖାକରିବାକୁ ଯାଇ…

ବିଞ୍ଝାରପୁର, ୨୦ା୧୨(ରାମକୃଷ୍ଣ ଦାସ): ପ୍ରେମ ପାଇଁ ଆସିଥିବା ଜଣେ ନାବାଳକ ପ୍ରେମିକଙ୍କ ଝୁଲନ୍ତା ମୃତଦେହକୁ ବିଞ୍ଝାରପୁର ଥାନା ଅଞ୍ଚଳର ପ୍ରେମିକାଙ୍କ ଘର ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ପୋଲିସ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ମୃତକ ହେଲେ କଟକ ଜିଲା ସାଲେପୁର ଥାନା ଗଙ୍ଗେଶ୍ୱର ଦେଉଳି ଗ୍ରାମର ମନୋଜ ଦାସଙ୍କ ପୁଅ ଅଶୋକ(୧୭) ବୋଲି ଜଣାପଡିଛି। ଏହି ଘଟଣାକୁ ନେଇ ଅଶୋକଙ୍କ ମା’ ବେବିନା ତାଙ୍କ ପୁଅକୁ ପ୍ରେମିକା ଘର ଲୋକେ ହତ୍ୟା କରି ଟାଙ୍ଗି ଦେଇଥିବା ବିଞ୍ଚାରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଅଭିଯୋଗ ମୁତାବକ, ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ଝିଅଙ୍କ ଗତବର୍ଷ କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ବାହାଘର ହୋଇଥିଲା। ବାହାଘର ପରେ ସେଠାରେ ବୋହୂଙ୍କ ସହ ସେହି ଗ୍ରାମର ଅଶୋକ (୧୭)ଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଏହି ଅନୈତିକ ପ୍ରେମ ସମ୍ପର୍କ ଯୋଗୁ ଶାଶୁଘର ସହ ବୋହୂଙ୍କ ମନାନ୍ତର ହେବାରୁ ସେ ଆସି ବାପ ଘରେ ରହୁଥିଲେ। ଅଶୋକ ପ୍ରେମିକାଙ୍କ ଘରକୁ ଗୁରୁବାର ଆସିଥିଲେ। ବିଳମ୍ବିତ ରାତିରେ ଅଶୋକ ନିଜ ଘରକୁ ଫୋନ ମାଧ୍ୟମରେ ପ୍ରେମିକାଙ୍କ ଘରକୁ ବୁଲି ଆସିଥିଲାବେଳେ ତାକୁ ବାନ୍ଧି ଅଟକ ରଖିଥିବା କଥା ଜଣାଇଥିଲେ। ଖବରପାଇ ଅଶୋକଙ୍କ ପରିବାର ଲୋକେ ଘଟଣା ସମ୍ପର୍କରେ ଜାଣିବାକୁ ପ୍ରେମିକାଙ୍କ ଘରେ ପହଞ୍ଚତ୍ ଥିଲେ। ସେଠାରେ ପୁଅର ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଅଶୋକଙ୍କ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ମୃତ ଅଶୋକଙ୍କ ମା’ ବେବିନାଙ୍କ ଲିଖିତ ଅଭିଯୋଗ ଆଧାରରେ ପୋଲିସ ନଂ. ୫୯୩/୨୫ରେ ମାମଲା ରୁଜୁ କରି ତଦନ୍ତ କରୁଥିବା ଜଣାପଡିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri