Posted inଜାତୀୟ

ବାପାଙ୍କୁ ଯକୃତ ଦାନକଲେ ନାବାଳିକା

ଅସୁସ୍ଥ ବାପାଙ୍କ ଜୀବନ ବଞ୍ଚାଇବା ପାଇଁ ତାଙ୍କର ୧୭ ବର୍ଷୀୟା ଝିଅ ନିଜ ଯକୃତର କିଛି ଅଂଶ ଦାନ କରିଛି। କେରଳର ୪୮ ବର୍ଷୀୟ ପ୍ରଥିଶ ହେପାଟୋସେଲୁଲାର କ୍ୟାନ୍‌ସର ସହ ଦୀର୍ଘଦିନ ହେଲା ଯକୃତ ରୋଗରେ ପୀଡ଼ିତ ଥିଲେ। ଭାରତରେ ଏହା ପ୍ରଥମ ମାମଲା ବୋଲି କୁହାଯାଉଛି। ଝିଅ ଦେବାନନ୍ଦ ଯକୃତ ଦାନ କରିବା ପରେ ଗତ ୯ ତାରିଖରେ କୋଚିର ରାଜଗିରି ହସ୍ପିଟାଲରେ ବାପାଙ୍କ ଅସ୍ତ୍ରୋପଚାର କରାଯାଇଥିଲା। ଉପଯୁକ୍ତ ଦାତା ନ ମିଳିବାରୁ ନିଜ ଯକୃତ ବାପାଙ୍କୁ ଦାନ କରିବା ନିମନ୍ତେ ଦେବାନନ୍ଦ କେରଳ ହାଇକୋର୍ଟରୁ ଅନୁମତି ଆଣିଥିଲେ। କାରଣ ମାନବ ଅଙ୍ଗ ପ୍ରତିରୋପଣ ଆଇନ, ୧୯୯୪ ଅନୁଯାୟୀ ନାବାଳକ କିମ୍ବା ନାବାଳିକା ଅଙ୍ଗ ଦାନ କରିବାକୁ ଅନୁମତି ନାହିଁ। ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଦେବାନନ୍ଦ ବୟସକୁ ନେଇ ରହିଥିବା ସର୍ତ୍ତକୁ ବାଦ୍‌ ଦେବା ପାଇଁ ହାଇକୋର୍ଟଙ୍କୁ ଅନୁରୋଧ କରିଥିଲେ। ବିଚାରପତି ଭି.ଜି. ଅରୁଣ ଏଥିପାଇଁ ଅନୁମତି ଦେବା ସହ ଦେବାନନ୍ଦଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ଅଙ୍ଗଦାନରେ ଦେବାନନ୍ଦ ଜଣେ ରୋଲ୍‌ ମଡେଲ ବୋଲି ହସ୍ପିଟାଲର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ସିଇଓ ଫାଦର ଜନ୍‌ସନ ଭାଝାପିଲ୍ଲୀ କହିଛନ୍ତି। ଲିଭର ଦାନ ଫଳରେ ପ୍ରଥିଶ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri