ନାବାଳିକାଙ୍କୁ ଗଣବଳାତ୍କାର କରି ଛାତରୁ ତଳକୁ ଫିଙ୍ଗିଦେଲେ, ଆଉ ତା’ ପରେ…

ଡେରାଡୁନ୍‌,୧୦ା୮: ଉତ୍ତରାଖଣ୍ଡର ହରିଦ୍ୱାର ଜିଲାର ରୁରକି ଅଞ୍ଚଳରୁ ଜଣେ ନାବାଳିକା ଝିଅ ସହିତ ଗଣବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନାବାରିକାଙ୍କୁ ଗଣବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ଛାତରୁ ତଳକୁ ଫିଙ୍ଗି ଦେଇଥିଲେ। ଗୁରୁତର ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପାଇଁ ଗ୍ରାମରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ଯଥାଶୀଘ୍ର ଗିରଫ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ସେହି ସମୟରେ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଖୋଜିବା ଆରମ୍ଭ କରିଛି।

ହରିଦ୍ୱାରର ପାଥ୍ରୀ ଥାନା ଅଞ୍ଚଳର ଏକ ଗାଁରେ ଏପରି ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଏଠାରେ ତିନି ଜଣ ଯୁବକ ଏକ ଗୋଶାଳା ନିକଟରେ ନିର୍ମିତ ଏକ କୋଠରିରେ ଜଣେ ୧୪ ବର୍ଷୀୟା ନାବାଳିକାଙ୍କ ସହିତ ଗଣବଳାତ୍କାର କରିଥିଲେ। ଏହି ସମୟରେ ସ୍ଥାନୀୟ ଲୋକମାନେ କବାଟ ଖୋଲିବାକୁ ଡାକିବା ପରେ, ଅଭିଯୁକ୍ତ ଝିଅଟିକୁ ଛାତ ଉପରୁ ତଳକୁ ଫିଙ୍ଗି ଦେଇଥିଲେ। ଝିଅଟିକୁ ଚିକିତ୍ସା ପାଇଁ ତୁରନ୍ତ ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି, ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ଶନିବାରା ରାତିରେ ପରିବାର ଲୋକେ ଗାଁ ଲୋକଙ୍କ ସହିତ ମିଶି ଫେରୁପୁର ଥାନାରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ ପାଇଁ ଦାବି କରିଛନ୍ତି। ପରିବାର ଲୋକେ ପୋଲିସକୁ ଅଭିଯୋଗରେ କହିଛନ୍ତି ଯେ, ଗାଁର ଜଣେ ଯୁବକ ଝିଅକୁ ପ୍ରଲୋଭିତ କରି କ୍ଷେତର ଏକ କୋଠରିକୁ ବାଇକ୍‌ରେ ନେଇଯାଇଥିଲା, ଯେଉଁଠାରେ ପୂର୍ବରୁ ୨ ଜଣ ଯୁବକ ଥିଲେ।

ଉକ୍ତ ତିନି ଜଣ ମିଶି ଝିଅକୁ ବଳାତ୍କାର କରିଛନ୍ତି। କୁହାଯାଉଛି, କିଛି ଲୋକ ସେମାନଙ୍କୁ ଝିଅକୁ ନେଇ ଯାଉଥିବାର ଦେଖିଥିଲେ। ତେଣୁ ସେମାନେ ବାଇକ୍‌ ଅନୁସରଣ କରି ଉକ୍ତ କୋଠରି ନିକଟରେ ପହଞ୍ଚିଥିଲେ। ଅଭିଯୁକ୍ତଙ୍କୁ କୋଠରିର ଗେଟ୍‌ ଖୋଲିବାକୁ କହିବା ମାତ୍ରେ ଅଭିଯୁକ୍ତମାନେ ଝିଅକୁ ଛାତ ଉପରୁ ଫିଙ୍ଗି ଦେଇ ପଳାଇଗଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri