ନାବାଳିକାଙ୍କୁ ଅପହରଣ କରି ନେଇଥିଲେ: ଏବେ ଗଲେ ଜେଲ୍‌

ଲାଞ୍ଜିଗଡ଼,୨୫ା୪(ରମେଶ ଚନ୍ଦ୍ର ନାୟକ) : ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳର ନାବାଳିକା ଅପହରଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବିଜେପୁର ଥାନା ଗୋପିଗୁଡା ଗ୍ରାମର କୁମର ନାଏକ (୨୫)। ସୂଚନାନୁସାରେ ନାବାଳିକା ଜଣକ ନବମ ଶ୍ରେଣୀରେ ପଢୁଥିଲା ବେଳେ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ଗତ ୨୧ ଅକ୍ଟୋବର ୨୦୨୪ରେ ଦୁଇଜଣ ମିଶି ଭୁବନେଶ୍ୱର ବୁଲିବାକୁ ଯାଇଥିବା ବେଳେ ପରିବାର ଲୋକେ ସେମାନଙ୍କୁ ଫେରାଇ ଆଣି ବୁଝାଶୁଝା କରିଥିଲେ। ପରେ କୁମର ୨୩ ଅକ୍ଟୋବର ୨୦୨୪ରେ ବାଙ୍ଗାଲୋର ଯାଇ ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲେ। ଉଭୟଙ୍କ ମଧ୍ୟରେ ଫୋନରେ ଯୋଗାଯୋଗ ରହୁଥିଲା। ଏପରିସ୍ଥଳେ ୧ ଜାନୁଆରୀ ୨୦୨୫ ରାତିରେ ଝିଅ ନୂଆବର୍ଷ ପାଳନ କରୁଥିଲା ବେଳେ କୁମର ଗାଁକୁ ଆସି ତାଙ୍କ ପାଖକୁ ଯାଇଥିଲେ। କଥାବାର୍ତ୍ତା ପରେ ଉଭୟ ସେହି ଦିନ ରାତିରେ ବାଙ୍ଗାଲୋର ପଳାଇଥିଲେ। ଝିଅର ବାପା ଏହା ଜାଣିବା ପରେ ୯ ଜାନୁୟାରୀ ୨୦୨୫ରେ ବିଜେପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗ ଆଧାରରେ ଏକ ଅପହରଣ ମାମଲା (ନଂ.୨/୨୫) ରୁଜୁ କରି ତଦନ୍ତ ଚଳାଇଥିଲା। ଶୁକ୍ରବାର ଉଭୟେ ଗୋପିଗୁଡା ଆସିଥିବା ଖବର ପାଇ ଥାନାଧିକାରୀ ନୀଳାମ୍ବର ଜାନିଙ୍କ ନେତୃତ୍ୱରେ ପୋଲିସ ବଳ ସେମାନଙ୍କୁ ଧରି ଥାନାକୁ ଆଣିଥିଲେ। ତଦନ୍ତ ପରେ ପୋଲିସ ଜାଣିବାକୁ ପାଇଲା ଯେ, ବିବାହ ପ୍ରତିଶ୍ରୁତି ଦେଇ କୁମର ଶାରୀରିକ ସମ୍ପର୍କ ରଖିଥିବା ବେଳେ ନାବାଳିକା ଜଣକ ବର୍ତ୍ତମାନ ଗର୍ଭବତୀ ଅଛନ୍ତି। ଶୁକ୍ରବାର ଲାଞ୍ଜିଗଡ଼ଠାରେ ଅଭିଯୁକ୍ତ କୁମରଙ୍କ ଡାକ୍ତରୀ ପରୀକ୍ଷା କରାଯାଇ ବିଜେପୁର ଥାନାକୁ ନେଇଥିବା ବେଳେ ନାବାଳିକା ପୀଡିତାଙ୍କୁ ଭବାନୀପାଟଣାଠାରେ ଡାକ୍ତରୀ ପରୀକ୍ଷା କରାଯାଇ ପୋକ୍‌ସୋ କୋର୍ଟରେ ହାଜର କରାଯାଇ ସୁଧାର ଗୃହରେ ଛଡ଼ାଯାଇଥିଲା। ଶନିବାର ଅଭିଯୁକ୍ତ କୁମରଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ଜାନି ପ୍ରକାଶ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri