Posted inଜାତୀୟ

୧୦ ବର୍ଷର ବାଳିକାଙ୍କୁ ବଳାତ୍କାର ପରେ ହତ୍ୟାକଲେ ନାବାଳକ

ବେମେତାରା,୩୦।୧୧: ଛତିଶଗଡ଼ର ବେମେତାରା ଜିଲାରେ ଜଣେ ନାବାଳକ ପଡ଼ିଶା ଘରର ଜଣେ ୧୦ ବର୍ଷର ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ୧୭ ବର୍ଷୀୟ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଅଟକ ରଖିଛି। ରାୟପୁରଠାରୁ ୯୦ କିଲୋମିଟର ଦୂର ବେମେତରାର ସିଟି କୋଟଓ୍ବାଲି ଥାନା ଅନ୍ତର୍ଗତ ଏକ ଗାଁରେ ଶନିବାର ଏହି ଅପରାଧ ଘଟିଛି। ପୀଡ଼ିତା ରହସ୍ୟଜନକ ଭାବେ ଘର ବାହାରେ ଝୁଲୁଥିବା ଖବର ପାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଝିଅଟିକୁ ବଳାତ୍କାର କରାଯିବା ପରେ ତଣ୍ଟିଚିପି ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପଚରାଉଚରା ପରେ ପୋଲିସ ଅଭିଯୁକ୍ତଙ୍କୁ ଠାବ କରିଥିଲା। ନାବାଳକ ଜଣକ ମୋବାଇଲ୍‌ ଫୋନ୍‌ରେ ଅଶ୍ଳୀଳ ଫିଲ୍ମ ଦେଖିବା ପରେ ପୀଡ଼ିତାଙ୍କ ଘରେ ପଶି ତାଙ୍କୁ ବଳାତ୍କାର କରିଥିଲା ବୋଲି ପୋଲିସ ନିକଟରେ ସ୍ବୀକାର କରିଛି। ଝିଅଟି ଅପରାଧ ସମ୍ପର୍କରେ ପରିବାରକୁ ଜଣାଇଦେବ ଭାବି ସେ ଏକ ଉତ୍ତରୀୟରେ ତାଙ୍କ ଗଳା ଚିପି ହତ୍ୟା କରି ମୃତଦେହକୁ ଝୁଲାଇ ଦେଇଥିଲେ ଏବଂ ଛାତ ଉପର ବାଟେ ଖସି ପଳାଇଥିଲେ। ଅଭିଯୁକ୍ତଙ୍କ ନାମରେ ଆଇପିସିର ଧାରା ୩୭୬, ୩୭୬ଏବି, ୩୦୨, ୨୦୧ ଏବଂ ୪୫୦ ସମେତ ପୋକ୍ସୋ ଆଇନରେ ମାମଲା ରୁଜୁ ହୋଇଛି। ସ୍ଥାନୀୟ କୋର୍ଟ ତାଙ୍କୁ ଦୁର୍ଗ ଜିଲାର ଜୁଭେନାଇଲ୍‌ ହୋମ୍‌କୁ ପଠାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri