ସୁନା ଚେନ୍‌ ପାଇଁ ଜୀବନ ହାରିଲେ ନାବାଳିକା

ବାରିପଦା ଅଫିସ,୩ା୭-ମା’ଙ୍କ ସହିତ ପୋଖରୀରେ ଗାଧୋଉଥିବା ବେଳେ ଜଣେ ନାବାଳିକାଙ୍କ ବେକ୍‌ରୁ ସୁନାଚେନ୍‌ ଖସିପଡ଼ିଥିଲା। ଘର ଲୋକେ କାଳେ ମାଡ଼ ଗାଳି କରିବେ ସେହି ଭୟରେ ନାବାଳିକା ଜଣଙ୍କ ଏକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବାରିପଦା ବ୍ଲକ ବେତନଟୀ ଥାନା ଅଧୀନ ହଟିକୋଟ ଗ୍ରାମରେ।
ପୋଲିସ ସୂଚନା ଅନୁଯାୟୀ, ଦଶମ ଶ୍ରେଣୀ ପରୀକ୍ଷା ଦେଇଥିବା ୧୫ ବର୍ଷୀୟ ଉକ୍ତ ନାବାଳିକା ଗୁରୁବାର ସକାଳେ ମା’ଙ୍କ ସହିତ ଗ୍ରାମ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ସମୟରେ ଅସାବଧାନତାବଶତଃ ତାଙ୍କ ବେକରୁ ସୁନାଚେନ ଖ଼ସି ପଡ଼ିଥିଲା। ପୋଖରୀରେ ଖୋଜାଖୋଜି କରିଥିଲେ ମଧ୍ୟ ଉକ୍ତ ଚେନ୍‌ ମିଳି ନ ଥିଲା। ପରେ ଘରେ କାଳେ ମାଡ଼ ଗାଳି ହେବ ସେହି ଭୟରେ ସନ୍ଧ୍ୟାରେ ସେ ଘର ଛାଡ଼ି ପଳାଇଯାଇଥିଲେ। ପରିବାର ଲୋକେ ବିଭିନ୍ନ ଆଡ଼େ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇ ନ ଥିଲେ। ଶୁକ୍ରବାର ସକାଳେ ନିକଟରେ ଥିବା ଏକ ଗଛରେ ତାଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ଖବରପାଇ ବେତନଟୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ବ୍ୟବଚ୍ଛେଦ ପାଇଁ ପିଆର୍‌ଏମ୍‌ ମେଡ଼ିକାଲ୍‌କୁ ପଠାଇଥିଲା। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ. ୨୪/୨୦୨୦) ରୁଜୁ ହୋଇଥିବା ଥାନା ଅଧିକାରୀ ଅଶୋକ କୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri