ବ୍ଲାଷ୍ଟିଂ ବେଳେ ପଥର ଖଣ୍ଡ ଉଡ଼ି ଆସି ବାଜିଲା କାନମୁଣ୍ଡାରେ, ଚାଲିଗଲା ନାବାଳକଙ୍କ ଜୀବନ

ଦାମନଯୋଡ଼ି,୧୦ା୪(ମାନସ ରଞ୍ଜନ କର): କୋରାପୁଟ ଜିଲା ଦାମନଯୋଡ଼ି ଉପକଣ୍ଠସ୍ଥ ମାନିଆଁ ନିକଟରେ ଏକ ପଥର କ୍ୱାରୀରୁ ବ୍ଲାଷ୍ଟିଂ ବେଳେ ପଥରଖଣ୍ଡ ଉଡ଼ି ଆସି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛିି। ମୃତ ନାବାଳକ ଜଣଙ୍କ ସ୍ଥାନୀୟ ମରିଚମାଳ ଗ୍ରାମର ସାଲିନ ଓ ଝରଣା ମାଝିଙ୍କ ପୁଅ ରିତେଶ (୧୪) ବୋଲି ଜଣାପଡ଼ିଛି। ବୁଧବାର ଅପରାହ୍ନରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି।

ଖବରନେବାରୁ ଜଣାପଡ଼ିଛି, ଆଜି ଅପରାହ୍ନରେ ରିତେଶ ଓ ଗ୍ରାମର ଉତ୍ତମ ଖରା ନାମକ ଦୁଇ ନାବାଳକ ଗ୍ରାମ ନିକଟସ୍ଥ ମରିଚମାଳ ନଦୀକୁ ଗାଧୋଇବାକୁ ଯାଇଥିଲେ। ତେବେ ଏକ ଫୋନ୍‌ ଆସିବାରୁ ନଦୀର ବ୍ରିଜ୍‌ ପାଶର୍‌ବରେ ଠିଆହୋଇ ମୋବାଇଲରେ କଥା ହେଉଥିବା ସମୟରେ ନିକଟରେ ଥିବା ଏକ ପଥର କ୍ୱାରୀରେ ବ୍ଲାଷ୍ଟିଂ ଚାଲିଥିଲା। ଏହି ସମୟରେ ହଠାତ୍‌ ଏକ ପଥର ଖଣ୍ଡ ଉଡ଼ି ଆସି ରିତେଶଙ୍କ କାନମୁଣ୍ଡାରେ ବାଜିବାରୁ ଘଟଣାସ୍ଥଳରେ ସେ ପଡ଼ିଯାଇଥିଲେ। ପରିବାର ଲୋକେ ସଙ୍ଗେସଙ୍ଗେ ତାଙ୍କୁ ମାଥାଲପୁଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ କିନ୍ତୁ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ଖବରପାଇ ଦାମନଯୋଡ଼ି ଥାନା ପୋଲିସ ଓ ସେମିଳିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଥିବା ବେଳେ କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଓ ଜନଜୀବନ ସୁରକ୍ଷା ଦାବିରେ ଗ୍ରାମବାସୀ ଘଟଣାସ୍ଥଳରେ ରାସ୍ତାରୋକୋ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri