ବ୍ଲାଷ୍ଟିଂ ବେଳେ ପଥର ଖଣ୍ଡ ଉଡ଼ି ଆସି ବାଜିଲା କାନମୁଣ୍ଡାରେ, ଚାଲିଗଲା ନାବାଳକଙ୍କ ଜୀବନ

ଦାମନଯୋଡ଼ି,୧୦ା୪(ମାନସ ରଞ୍ଜନ କର): କୋରାପୁଟ ଜିଲା ଦାମନଯୋଡ଼ି ଉପକଣ୍ଠସ୍ଥ ମାନିଆଁ ନିକଟରେ ଏକ ପଥର କ୍ୱାରୀରୁ ବ୍ଲାଷ୍ଟିଂ ବେଳେ ପଥରଖଣ୍ଡ ଉଡ଼ି ଆସି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛିି। ମୃତ ନାବାଳକ ଜଣଙ୍କ ସ୍ଥାନୀୟ ମରିଚମାଳ ଗ୍ରାମର ସାଲିନ ଓ ଝରଣା ମାଝିଙ୍କ ପୁଅ ରିତେଶ (୧୪) ବୋଲି ଜଣାପଡ଼ିଛି। ବୁଧବାର ଅପରାହ୍ନରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି।

ଖବରନେବାରୁ ଜଣାପଡ଼ିଛି, ଆଜି ଅପରାହ୍ନରେ ରିତେଶ ଓ ଗ୍ରାମର ଉତ୍ତମ ଖରା ନାମକ ଦୁଇ ନାବାଳକ ଗ୍ରାମ ନିକଟସ୍ଥ ମରିଚମାଳ ନଦୀକୁ ଗାଧୋଇବାକୁ ଯାଇଥିଲେ। ତେବେ ଏକ ଫୋନ୍‌ ଆସିବାରୁ ନଦୀର ବ୍ରିଜ୍‌ ପାଶର୍‌ବରେ ଠିଆହୋଇ ମୋବାଇଲରେ କଥା ହେଉଥିବା ସମୟରେ ନିକଟରେ ଥିବା ଏକ ପଥର କ୍ୱାରୀରେ ବ୍ଲାଷ୍ଟିଂ ଚାଲିଥିଲା। ଏହି ସମୟରେ ହଠାତ୍‌ ଏକ ପଥର ଖଣ୍ଡ ଉଡ଼ି ଆସି ରିତେଶଙ୍କ କାନମୁଣ୍ଡାରେ ବାଜିବାରୁ ଘଟଣାସ୍ଥଳରେ ସେ ପଡ଼ିଯାଇଥିଲେ। ପରିବାର ଲୋକେ ସଙ୍ଗେସଙ୍ଗେ ତାଙ୍କୁ ମାଥାଲପୁଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ କିନ୍ତୁ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ଖବରପାଇ ଦାମନଯୋଡ଼ି ଥାନା ପୋଲିସ ଓ ସେମିଳିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଥିବା ବେଳେ କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଓ ଜନଜୀବନ ସୁରକ୍ଷା ଦାବିରେ ଗ୍ରାମବାସୀ ଘଟଣାସ୍ଥଳରେ ରାସ୍ତାରୋକୋ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri