ଡିଏଚ୍‌ଏଚ୍‌ ଲିଫ୍ଟରେ ନାବାଳିକାଙ୍କୁ ଅସଦାଚରଣ

ନୟାଗଡ଼,୯।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌) ଲିଫ୍ଟରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ସଫେଇ କର୍ମଚାରୀ ଅସଦାଚରଣ କରିଛନ୍ତି। ଏହି ଘଟଣା ଜଣାପଡିବା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ନାବାଳିକା ଲିଫ୍ଟରେ ଚେତାଶୂନ୍ୟ ହେବାପରେ ଅଭିଯୁକ୍ତ ସ୍ବାସ୍ଥ୍ୟ କର୍ମଚାରୀ ଲିଫ୍ଟ ଛାଡି ପଳାଇ ଯାଇଛନ୍ତି। ରୋଗଣୀ ମା’ପାଇଁ ନିରାମୟ କେନ୍ଦ୍ରରୁ ଔଷଧ ଆଣିବାକୁ ଲିଫ୍ଟରେ ଯାଉଥିବାବେଳେ ନାବାଳିକାଙ୍କ ସହ ଏଭଳି ଘଟଣା ଘଟିଛି।
ଏନେଇ ନୟାଗଡ଼ ଟାଉନ ଥାନାରେ ପୀଡ଼ିତାଙ୍କ ବାପା ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ କୁହାଯାଉଥିବା ନୂଆଗାଁ ଥାନା ମହିପୁର ଗାଁର ପ୍ରତାପ କୁମାର ନାହାକ(୪୦)ଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି।
ଅଭିଯୋଗ ଅନୁଯାୟୀ, ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜଣେ ମହିଳାଙ୍କ ୨ କିଡ୍‌ନୀ ଖରାପ ହୋଇଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ୨୩ ତାରିଖରେ ଭର୍ତ୍ତି କରାଯାଇଥିଲା। ସେ ଏବେ ମେଡିସିନ ୱାର୍ଡରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସେବା କରିବା ପାଇଁ ପାଖରେ ୧୫ ବର୍ଷର ଝିଅ ଅଛନ୍ତି।
ବୁଧବାର ରାତି ପ୍ରାୟ ୯ଟାରେ ମା’ଙ୍କ ପାଇଁ ଔଷଧ ନେବାକୁ ଝିଅ ଲିଫ୍ଟରେ ତଳ ମହଲାର ନିରାମୟ କେନ୍ଦ୍ରକୁ ଆସୁଥିଲେ। ଏହି ସମୟରେ ଜିଲା ମୁଖ୍ୟ ଚିକିତ୍ସାଳୟର ସଫେଇ କର୍ମଚାରୀ ପ୍ରତାପ ଲିଫ୍ଟରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିବା ସହ ତାଙ୍କ ଶରୀରର ବିଭିନ୍ନ ଅଙ୍ଗକୁ ସ୍ପର୍ଶ କରିଥିଲେ । ପୀଡ଼ିତା କାନ୍ଦିବାରୁ ମା’ ଓ ଝିଅକୁ ହତ୍ୟା ଧମକ ଦେଇ ପ୍ରତାପ ତାଙ୍କ ସହ ଅସଦାଚରଣ କରିଥିଲେ। ଏପରି ପରିସ୍ଥିତିରେ ପୀଡ଼ିତା ଲିଫ୍ଟରେ ଅଚେତ ହୋଇ ପଡ଼ିବାରୁ ପ୍ରତାପ ଭୟରେ ପଳାଇ ଯାଇଥିଲେ । କେତେଜଣ ଲୋକ ପୀଡ଼ିତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ନାବାଳିକା ୨ ଦିନ ହେଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।
ଏନେଇ ପୀଡ଼ିତାଙ୍କ ବାପା କୁହନ୍ତି, ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସଦାଚରଣ ଓ ବଳାତ୍କାର ଉଦ୍ୟମ ପରି ଘଟଣା ଛୋଟ କଥା ନୁହେଁ । ଏଭଳି ଘଟଣା ପରେ ଲିଫ୍ଟରେ ଯିବାକୁ ଝିଅ ବୋହୂମାନେ ଭୟ କଲେଣି । ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି । ତେବେ ଅଭିଯୁକ୍ତଙ୍କୁ ଚାକିରିରୁ ବହିଷ୍କାର କରାଯିବା ସହ କଠୋର ଦଣ୍ଡରେ ଦଣ୍ଡିତ କରିବାକୁ ସେ ଅନୁରୋଧ କରିଛନ୍ତି । ନୟାଗଡ଼ ଟାଉନ ଥାନା ଆଇଆଇସି ବିଜୟା ସାହୁ ଓ ନୟାଗଡ଼ ଏସ୍‌ଡିପିଓ ସ୍ନେହାଶିଷ ସାହୁ କୁହନ୍ତି, ଅଭିଯୋଗ ପରେ ପୋଲିସ ସଫେଇ କର୍ମଚାରୀ ପ୍ରତାପଙ୍କୁ ଅଟକ ରଖି ପଚରାଉଚୁରା କରୁଛି । ଶୁକ୍ରବାର ଉଭୟଙ୍କୁ ଡାକ୍ତରୀ ମାଇନା କରାଯିବ । ଏ ସଂକ୍ରାନ୍ତରେ ଏକ ମାମଲା(ନଂ.୪୫/୨୪)ରୁଜୁ କରାଯାଇ ତଦନ୍ତ ଚାଲିଛି ବୋଲି ଉଭୟେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri