ଘର ଆଗରେ ବୁଲୁଥିଲେ ନାବାଳକ, ହଠାତ ବାଜିଲା ଗୁଳି, ପରେ…

ଅନୁଗୋଳ,୨।୧୨(ମାନସ ବିଶ୍ୱାଳ): ଘର ଆଗରେ ବୁଲୁଥିବାବେଳେ ନାବାଳକଙ୍କୁ ଗୁଳିମାଡ଼। ଏଭଳି ଅଭାବନୀୟ କାଣ୍ଡ ଘଟଛି ଅନୁଗୋଳ ନିଶା ଶିଳ୍ପାଞ୍ଚଳ ଥାନା ସାନ କେରଜଙ୍ଗ ଗାଁରେ।ନାବାଳକଙ୍କ ଜଂଘରେ ଗୁଳି ବାଜିଛି। ତାଙ୍କୁ ପ୍ରଥମେ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ର ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। କିଏ ଓ କାହିଁକି ନାବାଳକକୁ ଗୁଳିମାଡ଼ କରିଛି କାରଣ ଅସ୍ପଷ୍ଟ ରହିଛି।

ଖବର ପାଇ ସ୍ଥାନୀୟ ପୋଲିସ ଟିମ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ପରିବାର ସହ ପୂର୍ବଶତୃତାକୁ କେନ୍ଦ୍ର କରି ଗୁଳିମାଡ଼ କରାଯାଇଥିବା ପୋଲିସ ସନ୍ଦେହ କରୁଛି।କୌଣସି କଥାକୁ ନେଇ କିଛି ଯୁବକଙ୍କ ସହ ଗୁଳିମାଡ଼ର ଶିକାର ହୋଇଥିବା ନାବାଳକଙ୍କ ପରିବାର ରାତିରେ ବଚସା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଜଣେ ଯୁବକ ଗୁଳିମାଡ଼ କରିଥିବା କୁହାଯାଉଛି।  ଗୁରୁତର ଜଣଙ୍କ ହେଲେ ସାନ କେରଜାଙ୍ଗ ଗ୍ରାମର ସ୍ଵର୍ଗତ ପ୍ରଭା ଗୋଚ୍ଛାୟତଙ୍କ ପୁଅ ଶ୍ରୀକାନ୍ତ ଗୋଚ୍ଛାୟତ ବୋଲି ଜଣାପଡିଛି। ତେବେ କେଉଁ କାରଣରୁ ଗୁଳି ମାଡ଼ ହୋଇଛି ତାହା ଅସ୍ପଷ୍ଟ ଥିବାବେଳେ ପୋଲିସର ଏ ନେଇ ପ୍ରତିକ୍ରିୟା ମିଳି ପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri