ବାଳସୁଧାର ଗୃହ ଗଲେ ନାବାଳକ

ଢେଙ୍କାନାଳ ଅଫିସ,୨୦ା୩:ଢେଙ୍କାନାଳ ସହର ହାଟରୋଡ୍‌ ଅଞ୍ଚଳର ୯ମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ ମାମଲାରେ ରବିବାର ପରିବାର ପକ୍ଷରୁ ଟାଉନ୍‌ ଥାନାରେ ଅଭିଯୋଗ କରାଯାଇଛି। ଗାଧୋଇବା ବେଳର ଭିଡିଓକୁ ସ୍ଥାନୀୟ ଜଣେ ୧୦ମ ଶ୍ରେଣୀ ପଢୁଥିବା ନାବାଳକ ଛାତ୍ର ଭାଇରାଲ୍‌ କରିଦେବା ପରେ ଛାତ୍ରୀଜଣକ ଲୋକଲଜ୍ଜା ଏବଂ ମାନସିକ ଯନ୍ତ୍ରଣା ସହି ନ ପାରି ଏଭଳି ନିଷ୍ପତ୍ତି ନେଇଥିବା ତାଙ୍କ ମା’ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି। ଏ ନେଇ ନଂ. ୧୮୧/୨୩, ଦଫା ୩୦୬ରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ସମ୍ପୃକ୍ତ ନାବାଳକଙ୍କୁ ଢେଙ୍କାନାଳସ୍ଥିତ ପ୍ରିନ୍ସିପାଲ ମାଜିଷ୍ଟ୍ରେଟ୍‌ ଜୁଭେନାଇଲ ଜଷ୍ଟିସ ବୋର୍ଡ ନିକଟରେ ହାଜର କରାଇଥିଲା। ଏହାପରେ ତାଙ୍କୁ ଅନୁଗୋଳସ୍ଥିତ ବାଲ୍‌ ସୁଧାର ଗୃହକୁ ପଠାଇ ଦିଆଯାଇଛି। ଅନ୍ୟପଟେ ନାବାଳକଙ୍କ ମା’ ଗଣମାଧ୍ୟମ ଆଗରେ ତାଙ୍କ ପୁଅ ନିର୍ଦ୍ଦୋଷ ବୋଲି ଦାବି କରିଛନ୍ତି। ନାବାଳିକାଙ୍କୁ ତାଙ୍କ ପରିବାର ଲୋକେ ହିଁ ହତ୍ୟା କରିଛନ୍ତି। ଓଲଟି ତାଙ୍କ ପୁଅ ଓ ପରିବାର ଉପରେ ଦୋଷ ଲଦୁଥିବା ସେ ଅଭିଯୋଗ କରିଛନ୍ତି। ପୋଲିସ ବିଭିନ୍ନ ଦିଗକୁ ଅନୁଧ୍ୟାନ କରି ତଦନ୍ତ ଚଳାଇଛି। ସୂଚନାଯୋଗ୍ୟ, ଗତ ଶନିବାର ପୂର୍ବାହ୍ନରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘରୁ ଜବତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri