ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଗୁଳି କରି ହତ୍ୟା: ଦେଢମାସ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ଆର୍‌.ଉଦୟଗିରି,୨୭ା୯(ଡି.ଏନ୍‌.ଏ.)-ଆର୍‌.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯ ତାରିଖରେ ଗୁଳିକରି ହତ୍ୟା କରିବା ପରେ ପୋତି ଦିଆଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଘଟଣାରେ ସମ୍ପୃକ୍ତ ୬ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।
ପ୍ରକାଶ ଯେ, ସମ୍ପୃକ୍ତ ବୃଦ୍ଧ ଗଁାରେ ଗୁଣିଗାରେଡି କରି ଲୋକଙ୍କୁ ମାରିଦେଉଥିବା ଅଭିଯୁକ୍ତମାନେ ସନ୍ଦେହ କରୁଥିଲେ। ଅଗଷ୍ଟ ୯ ତାରିଖରେ ସଂଘବଦ୍ଧ ଭାବେ ତାଙ୍କୁ ଗଁାରୁ ଉଠାଇ ନେଇ ଜଙ୍ଗଲରେ ଗୁଳି କରି ହତ୍ୟା କରିଥିଲେ। ସମ୍ପୃକ୍ତ ବୃଦ୍ଧଙ୍କ ପୁତୁରା ଓ ଅନ୍ୟଜଣେ ଏହା ଦେଖିଥିଲେ ମଧ୍ୟ ଅଭିଯୁକ୍ତମାନେ ଏନେଇ କାହାକୁ କହିଲେ ଜୀବନରୁ ମାରି ଦେବାକୁ ଧମକ ଦେବାରୁ ସେମାନେ ଚୁପ୍‌ ରହିଥିଲେ। ଶନିବାର ଏନେଇ ବୃଦ୍ଧଙ୍କ ପୁତୁରା ଆର୍‌.ଉଦୟଗିରି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ରବିବାର ଜଣେ ଅଭିଯୁକ୍ତଙ୍କୁ ଧରି ପଚରାଉଚରା କରିବା ପରେ ସେ ମୃତଦେହ ପୋତିଥିବା ସ୍ଥାନ ଦେଖାଇଥିଲେ। ପୋଲିସ ମାଟିଖୋଳି ମୃତଦେହ ଉଦ୍ଧାର କରିବା ସହ ବନ୍ଧୁକ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଅନ୍ୟ ୫ଜଣଙ୍କୁ ମଧ୍ୟ ଥାନାକୁ ଆଣି ଜେରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଠୁ ୩ଦିନ ଯାଏଁ ସ୍କୁଲ ଛୁଟି, ହେଲେ ନିୟମିତ ଆସିବେ ଶିକ୍ଷକ

ଭୁବନେଶ୍ୱର,୧୮।୪: ଆଜିଠୁ ୩ଦିନ ବନ୍ଦ ରହିବ ରାଜ୍ୟର ସବୁ ସ୍କୁଲ । ଗ୍ରୀଷ୍ମ ପ୍ରବାହ ବଢିବା ଯୋଗୁଁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।...

ସକାଳୁ ଟପିଲାଣି ୩୬ ଡିଗ୍ରୀ, ସିଭିୟର ହିଟ୍ ୱେଭ୍ ପାଇଁ ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୧୮।୪: ଜଳୁଛି ଓଡ଼ିଶା। ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ...

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ

ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ...

ଶିକ୍ଷିତ ଯୁବବର୍ଗଙ୍କ ନିଯୁକ୍ତି ବ୍ୟବସ୍ଥାରେ ଢିଲା

ରାଉରକେଲା,୧୮ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଜିଲା ନିଯୁକ୍ତି ନିୟୋଜନ କାର୍ଯ୍ୟାଳୟ ସ୍ଥାପନ ହେବାର ଆଜକୁ ୬୩ ବର୍ଷ ପୂରିଲା। ବିଭାଗ ହାତରେ ଜିଲାର ୧୭ ବ୍ଲକର ଶିକ୍ଷିତ...

ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri