ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଗୁଳି କରି ହତ୍ୟା: ଦେଢମାସ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ଆର୍‌.ଉଦୟଗିରି,୨୭ା୯(ଡି.ଏନ୍‌.ଏ.)-ଆର୍‌.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯ ତାରିଖରେ ଗୁଳିକରି ହତ୍ୟା କରିବା ପରେ ପୋତି ଦିଆଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଘଟଣାରେ ସମ୍ପୃକ୍ତ ୬ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।
ପ୍ରକାଶ ଯେ, ସମ୍ପୃକ୍ତ ବୃଦ୍ଧ ଗଁାରେ ଗୁଣିଗାରେଡି କରି ଲୋକଙ୍କୁ ମାରିଦେଉଥିବା ଅଭିଯୁକ୍ତମାନେ ସନ୍ଦେହ କରୁଥିଲେ। ଅଗଷ୍ଟ ୯ ତାରିଖରେ ସଂଘବଦ୍ଧ ଭାବେ ତାଙ୍କୁ ଗଁାରୁ ଉଠାଇ ନେଇ ଜଙ୍ଗଲରେ ଗୁଳି କରି ହତ୍ୟା କରିଥିଲେ। ସମ୍ପୃକ୍ତ ବୃଦ୍ଧଙ୍କ ପୁତୁରା ଓ ଅନ୍ୟଜଣେ ଏହା ଦେଖିଥିଲେ ମଧ୍ୟ ଅଭିଯୁକ୍ତମାନେ ଏନେଇ କାହାକୁ କହିଲେ ଜୀବନରୁ ମାରି ଦେବାକୁ ଧମକ ଦେବାରୁ ସେମାନେ ଚୁପ୍‌ ରହିଥିଲେ। ଶନିବାର ଏନେଇ ବୃଦ୍ଧଙ୍କ ପୁତୁରା ଆର୍‌.ଉଦୟଗିରି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ରବିବାର ଜଣେ ଅଭିଯୁକ୍ତଙ୍କୁ ଧରି ପଚରାଉଚରା କରିବା ପରେ ସେ ମୃତଦେହ ପୋତିଥିବା ସ୍ଥାନ ଦେଖାଇଥିଲେ। ପୋଲିସ ମାଟିଖୋଳି ମୃତଦେହ ଉଦ୍ଧାର କରିବା ସହ ବନ୍ଧୁକ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଅନ୍ୟ ୫ଜଣଙ୍କୁ ମଧ୍ୟ ଥାନାକୁ ଆଣି ଜେରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?