ଦେଢ଼ ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ନାହିଁ

ଲାଞ୍ଜିଗଡ,୧୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତରେ ଗତ ଅଗଷ୍ଟ ୧୮ ତାରିଖ ରାତି ୧୧ଟାରେ ପିଡିଏସ ଚାଉଳ ଚୋରାଚାଲାଣ ଘଟଣାର ଢେଡ଼ ମାସ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ତଦନ୍ତ ବାଟମାରଣା ହେଉଥିବା ନେଇ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିବା ସହ ଦୋଷୀ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛନ୍ତି। ଗତ ଅଗଷ୍ଟ ୧୮ ତାରିଖ ରାତିରେ ଗ୍ରାମବାସୀ ଅଟୋ ସହିତ ୨୪ ପକେଟ ଚାଉଳ କାବୁ କରିଥିଲେ। ଏହାପରେ ଚାଉଳ ବୋଝେଇ ଅଟୋ ବେନଗାଁ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ କରିଥିଲେ। ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ହେବା ପର୍ଯ୍ୟନ୍ତ ଅଟୋ ଓ ଚାଉଳ ଛାଡ଼ିବୁ ନାହିଁ ପଞ୍ଚାୟତ ସମ୍ମୁଖରେ ପ୍ରତିବାଦ କରିବୁ ବୋଲି ପ୍ରକାଶ କରିଥିଲେ ଗ୍ରାମବାସୀ। ଅଭିଯୋଗ ଅନୁସାରେ ବ୍ଲକ ଯୋଗାଣ ଅଧିକାରୀ ହରିହର ସାହୁ ଅଗଷ୍ଟ ୧୯ ତାରିଖରେ ଘଟଣାସ୍ଥଳ ଯାଇ ତଦନ୍ତ କରିଥିଲେ। ଘଟଣାର ୬ ଦିନ ପରେ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର ବେନଗାଁ ପଞ୍ଚାୟତକୁ ଯାଇ ତଦନ୍ତ କରିଥିଲେ। ପୁଣିଥରେ ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ଧୂମାରାମ ମୁର୍ମୁ, ଏବିଡିଓ ବିଭୁତିଭୂଷଣ ଶତପଥି, ବ୍ଲକ ଯୋଗାଣ ଅଧିକାରୀ ହରିହର ସାହୁ ପ୍ରମୁଖ ତଦନ୍ତ ଆରମ୍ଭ କରିଥିଲେ। ଏ ନେଇ ବ୍ଲକ ଯୋଗାଣ ଅଧିକାରୀ ସାହୁଙ୍କୁ ପଚାରିବାରୁ ଅଞ୍ଚଳବାସୀଙ୍କ ଅଭିଯୋଗ ଅନୁସାରେ ତଦନ୍ତ ଜାରି ରହିଛି, ସତ୍ୟତା ଯଦି ସାମ୍ନାକୁ ଆସେ ତାହାହେଲେ ଦୋଷୀଙ୍କ ବିରୋଧ କୋଠର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ। ଜବତ ଚାଉଳ ଲାଖବାହିଲି ଯୋଗାଣ ସହାୟକଙ୍କୁ ହସ୍ତାନ୍ତର କରାଯାଇ ଥିବା ବେଳେ ଅଟୋ ବିଜେପୁର ଥାନାଧିକାରୀଙ୍କୁ ହସ୍ତାନ୍ତର କରାଯାଇଥିଲା। ଚାଉଳ ଚୋରା ଚାଲାଣ କରାଯାଇଥିବାକୁ ନେଇ ସତ୍ୟତା ସାମ୍ନାକୁ ଆସିଥିଲା। କିନ୍ତୁ ସତ୍ୟତା ସାମ୍ନାକୁ ଆସି ଢେଡ଼ ମାସ ବିତିଗଲାଣି ହେଲେ ଏବେ ଯାଏଁ ଦୋଷୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଦୁର୍ଗମ ଅଞ୍ଚଳବାସୀଙ୍କ ସରଳ ମନୋଭାବ ଯୋଗୁ ବ୍ଲକ ଓ ଜିଲା ପ୍ରଶାସନ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେଇ ନିରବଦ୍ରଷ୍ଟା ସାଜିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri