ଅଧାରେ ରହିଗଲା ମା’ଙ୍କୁ ଡାକ୍ତର ଦେଖାଇବା, ଦୁର୍ଘଟଣାରେ ଚାଲିଗଲା ଜୀବନ

ଆନନ୍ଦପୁର,୧୧ା୫(ସୁଶାନ୍ତ କୁମାର ସାହୁ): ମା’ଙ୍କୁ ଡାକ୍ତର ଦେଖାଇବାକୁ ବାହାରି ଥିଲେ ସପରିବାର। ହେଲେ ଦୁର୍ଘଟଣାରେ ଚାଲିଗଲା ମା’ଙ୍କ ଜୀବନ। ସେପଟେ ପୁଅ ଓ ନାତୁଣୀ ଗୁରୁତର ହୋଇଥିବା ବେଳେ ବୋହୂ ଓ ଝିଅ ଆହତ ହୋଇଛନ୍ତି। ହେଲେ ଦେଢ଼ବର୍ଷର ନାତି ଅଳ୍ପକେ ବର୍ତ୍ତିଯାଇଛି।

ରବିବାର ଏମିତି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଶାଳପଡ଼ା ଗାଁର ରବି ନାରାୟଣ ମହାପତ୍ରଙ୍କ ପରିବାର କ୍ଷେତ୍ରରେ। ରବି ନାରାୟଣ ନିଜ ମା’ ଜ୍ୟୋତ୍ସ୍ନାମୟୀଙ୍କୁ ସାଙ୍ଗରେ ଧରି କାର୍‌ ଯୋଗେ ମୟୂରଭଞ୍ଜ ଜିଲା କେନ୍ଦୁଜୁଆଣିର ଜଣେ ଆୟୁର୍ବେଦ ଚିକିତ୍ସକଙ୍କୁ ଦେଖାଇବାକୁ ଯାଉଥିଲେ। ସାଙ୍ଗରେ ଥିଲେ ସ୍ତ୍ରୀ, ଦେଢ଼ବର୍ଷର ପୁଅ, ଭଉଣୀ ବିଶ୍ବବିଜୟିନୀ ଓ ଭାଣିଜୀ ସସ୍ମିତା ା ଆନନ୍ଦପୁର-ଠାକୁରମୁଣ୍ଡା ରାସ୍ତାର ଗୋଡ଼ଭଙ୍ଗା ଘାଟି ଅତିକ୍ରମ କରିବା ପରେ ସାମ୍ନା ପଟୁ ଆସୁଥିବା ଏକ ଜାଳେଣି ଗ୍ୟାସ୍‌ ବୋଝେଇ ମିନିଟ୍ରକ ଧକ୍କା ଦେବାରୁ ଘଟଣା ସ୍ଥଳରେ ମା’ ଜ୍ୟୋତ୍ସ୍ନାମୟୀଙ୍କ ମୃତ୍ୟୁ ଘଟିଛି। ଗାଡ଼ିରେ ଥିବା ଅନ୍ୟମାନଙ୍କ ମଧ୍ୟରୁ ରବି ନାରାୟଣ ଓ ଭାଣିଜି ସସ୍ମ୍ମିତା ଗୁରୁତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ଓ ପରେ କଟକ ସ୍ଥାନାନ୍ତର ହୋଇଛନ୍ତି। ଦୁର୍ଘଟଣାର ଖବରପାଇ ଅଗ୍ନିଶମବାହିନୀ ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଥିଲା। ସେପଟେ ଖବରପାଇ ମହୁଲଡିହା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri