Posted inଫୁରସତ

ନୋ ପାର୍କିଂରେ ଥିଲା ବୋଲି ବାଇକ୍‌ ସହ ବ୍ୟକ୍ତିଙ୍କୁ କ୍ରେନ୍‌ ଯୋଗେ ଉଠାଇନେଲା ପୋଲିସ; ଭିଡିଓ ଦେଖିଲେ…

ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ସେଥିରୁ କିଛି ମନୋରଞ୍ଜନଧର୍ମୀ ହୋଇଥିବା ବେଳେ କିଛି ଦେଖିଲେ ରାଗ ଲାଗିଥାଏ। ଏଭଳି ଏକ କ୍ରମରେ ମହରାଷ୍ଟ୍ରର ପୁଣେର ଏକ ଭିଡିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ପୋଲିସ ଜଣେ ଯୁବକଙ୍କୁ ବାଇକ୍‌ ସହ କ୍ରେନରେ ଉଠାଇ ନେଉଥିବା ଦେଖିବାକୁ ମିଳିଛି।

ପୁଣେର ଟ୍ରାଫିକ୍‌ ଡିସିପିଙ୍କୁ ଏ ବିଷୟରେ ପଚରାଯାଇଥିଲା। ସେ କହିଛନ୍ତି, ବାଇକ୍‌ଟି ‘ନୋ ପାର୍କିଂ’ରେ ରଖାଯାଇଥିଲା। ଯେତେବେଳେ ଅଧିକାରୀମାନେ ବାଇକ୍‌କୁ ସେଠାରୁ ହଟାଇବାକୁ ଚାହିଁଲେ, ଗାଡ଼ି ମାଲିକ ଆସି ତା’ ଉପରେ ବସି ଯାଇଥିଲେ। ତାଙ୍କୁ ତଳକୁ ଓହ୍ଲାଇବାକୁ ଅନୁରୋଧ କରାଯାଇଥିଲା। ହେଲେ ପ୍ରଥମେ ସେ ଶୁଣି ନ ଥିଲେ। ପରେ ସେ ତାଙ୍କ ଭୁଲକୁ ଗ୍ରହଣ କରିବା ସହ ଜରିମାନା ମଧ୍ୟ ଦେଇଥିବା ସେ କହିଛନ୍ତି।

ପରେ ଉକ୍ତ ବ୍ୟକ୍ତିଙ୍କ ସହ ମଧ୍ୟ ଡିସିପି କଥା ହୋଇଥିଲେ। ତାଙ୍କର କାହା ବିରୋଧରେ କୌଣସି ଅଭିଯୋଗ ନ ଥିଲା। ତେବେ ଗାଡ଼ିକୁ କ୍ରେନ ଟେକି ନେଉଥିଲା। ହେଲେ କିଛି ବାଟ ଯାଇଥିବା ବେଳେ ହଠାତ ସେ ଦୌଡ଼ି ଆସି ଡେଇଁପଡ଼ି ତା ଉପରେ ବସିଯାଇଥିଲା। ଶୀଘ୍ର ଏହା ଘଟିଥିଲେ ହେଁ କର୍ମଚାରୀଙ୍କୁ ଧ୍ୟାନ ରଖିବା ଉଚିତ ଥିଲା। ଏହାକୁ ଦୃଷ୍ଟିରେ ରଖି ତାଙ୍କୁ ଡ୍ୟୁଟିରୁ କାଢ଼ି ଦିଆଯାଇଛି ବୋଲି ସେ ସଫେଇ ଦେଇଛନ୍ତି। ଭିଡିଓ ଦେଖିବା ପରେ ଯୁବକଙ୍କ କ୍ରେନ୍‌ ସାହାଯ୍ୟରେ ଉଠାଇବା ଠିକ୍‌ ଥିଲା କି ବୋଲି ଲୋକେ ପ୍ରଶ୍ନ କରୁଛନ୍ତି। ଏପରିକି କେହି କେହି ଯୁବକଜଣଙ୍କ ତଳକୁ ଖସି ପଡ଼ିଥିଲେ କିଏ ଦାୟିତ୍ୱ ନେଇଥାନ୍ତେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri