ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ସ୍ତ୍ରୀ ହେଲେ ଭାଗ୍ୟବତୀ ଖଡ଼ିଆ। ତାଙ୍କୁ ଅଭିଯୁକ୍ତ ସ୍ବାମୀ ରାଜକୁମାର ଖଡ଼ିଆ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳକୁ ପହଞ୍ଚି ଅତବିରା ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

 

Dharitri – Odisha’s No.1 Odia Daily

 

Share