ପ୍ରତାପଙ୍କ ନାଁରେ ହତ୍ୟା ମାମଲା ଚାଲିବ

ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୨୬ା୯ (ଅଶୋକ କୁମାର ମହାପାତ୍ର/ଯଯାତି ସିଂ):ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ୧୩ ନମ୍ବର ଅଭିଯୁକ୍ତ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ପାଇଁ ଅଡୁଆ ବଢ଼ିଛି। ବିଧାୟକ ଜେନାଙ୍କ ନାମରେ ଆଇପିସି ଦଫା ୩୦୨, ୧୨୦ ବି ଓ ୫୦୬ (ହତ୍ୟା, ଷଡ଼ଯନ୍ତ୍ର, ହତ୍ୟା ଧମକ ଦେବା) ଅନୁଯାୟୀ ମାମଲା ଚାଲୁ ରହିବ ବୋଲି ଜେଏମ୍‌ଏଫ୍‌ସି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେ ବିଧାୟକ ହୋଇଥିବାରୁ ଏହି ମାମଲାକୁ ସାଲେପୁରରୁ ଭୁବନେଶ୍ୱର ଆଡିଶନାଲ ଡିଷ୍ଟ୍ରିକ୍ଟ ସେକ୍ସନ ଜଜ୍‌ କମ୍‌ ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର ପାଇଁ ଜେଏମ୍‌ଏଫ୍‌ସି ଆଦେଶ ଦେଇଛନ୍ତି। ଏହି ସ୍ପେଶାଲ କୋର୍ଟରେ ଏମ୍‌ପି, ବିଧାୟକ ଆଦି ଲୋକପ୍ରତିନିଧିମାନଙ୍କ ବିରୋଧରେ ଥିବା ମାମଲାର ତ୍ୱରିତ ବିଚାର ହୋଇଥାଏ।
ମାହାଙ୍ଗା ଥାନା ଅଧୀନ ନୃତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ (୭୫) ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳ (୮୨)ଙ୍କୁ ୨୦୨୧ ଜାନୁୟାରୀ ୨ରେ ହତ୍ୟା କରାଯାଇଥିଲା। ମାହାଙ୍ଗା ନିର୍ବାଚନମଣ୍ଡଳୀରେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା କୁଳମଣି ଅଭିଯୋଗ ଆଣିଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ଚର୍ଚ୍ଚା ହୋଇଥିଲା। ଏହି ଘଟଣାରେ ମାହାଙ୍ଗା ବିଧାୟକ ତଥା ତତ୍କାଳୀନ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଥିଲା। ପୋଲିସ ରୁଜୁ କରିଥିବା ମାମଲା (ନଂ.୫/୨୧)ରେ ମନ୍ତ୍ରୀ ଜେନାଙ୍କ ନାମ ଅଭିଯୁକ୍ତଙ୍କ ତାଲିକାର ୧୩ ନମ୍ବର ଥିଲା। ମାତ୍ର ପରବର୍ତ୍ତୀ ସମୟରେ ପୋଲିସ ଜେନାଙ୍କ ନାମକୁ ଚାର୍ଜଶିଟ୍‌ରୁ କାଟି ଦେଇଥିଲା। ଏହାକୁ ବିରୋଧ କରି କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ପ୍ରୋଟେଷ୍ଟ ପିଟିଶନ (ନଂ.୨୧୭/୨୧) ଦାଏର କରିଥିଲେ। ମାମଲାର ଶୁଣାଣି କରି ମାଜିଷ୍ଟ୍ରେଟ୍‌ ବିଧାୟକ ଜେନାଙ୍କ ବିରୋଧରେ ଆସିଥିବା ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ ମାହାଙ୍ଗା ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ବିଧାୟକ ଜେନାଙ୍କ ପିଏ ଉମାକାନ୍ତ ବିଶ୍ୱାଳ(ବାପି), ତତ୍କାଳୀନ ମାହାଙ୍ଗା ବ୍ଲକ ଅଧ୍ୟକ୍ଷ ଶରତ ଚନ୍ଦ୍ର ନାୟକ ଏବଂ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପ୍ରଫୁଲ୍ଲ ବିଶ୍ୱାଳଙ୍କ କଲ୍‌ ଡିଟେଲ ରେକର୍ଡ (ସିଡିଆର) ଦାଖଲ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ବାରମ୍ବାର କୋର୍ଟଙ୍କୁୁ ସମୟ ମାଗି ମାହାଙ୍ଗାର ତତ୍କାଳୀନ ଥାନାଧିକାରୀ ନୀହାର ରଞ୍ଜନ ମହାନ୍ତି ଅଡୁଆରେ ପଡିଥିଲେ। ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହାଜର ହୋଇ ତଥ୍ୟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସମୟ ଗଡ଼ାଇବା ଯୋଗୁ କୋର୍ଟ ତାଙ୍କୁ ଭର୍ତ୍ସନା କରିଥିଲେ। ଶେଷରେ ପୋଲିସ ଚାର୍ଜଶିଟ୍‌, ସିଡିଆର ସମେତ ମାମଲାର ଦସ୍ତାବିଜ କୋର୍ଟରେ ଦାଖଲ କରିଥିଲା। ଇତିମଧ୍ୟରେ କୁଳମଣିଙ୍କ ପୁଅ ରମାକାନ୍ତଙ୍କ ମୃତ୍ୟୁ ହେବା ପରେ ତାଙ୍କ ଭାଇ ରଞ୍ଜିତ କୁମାର ବରାଳ ପୁନର୍ବାର ରିଭ୍ୟୁ ପିଟିଶନ ଦାଖଲ କରିଥିଲେ। ସାକ୍ଷ୍ୟପ୍ରମାଣକୁ ଭିତ୍ତିକରି ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ଗତ ୧୫ ତାରିଖରେ ବିଧାୟକ ପ୍ରତାପ ଜେନାଙ୍କ ନାମରେ ଉପରୋକ୍ତ ସଙ୍ଗିନ ଦଫାରେ ମାମଲା ଚାଲୁ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଥାଉ କି, ନୃତାଙ୍ଗ ପଞ୍ଚାୟତର କୁଳମଣି ଓ ସହଯୋଗୀ ଦିବ୍ୟସିଂହ ଘଟଣାଦିନ ବାଇକ୍‌ରେ ଘରକୁ ଆସୁଥିଲାବେଳେ ଜଁଅକୋଠି ନିକଟରେ ସେମାନଙ୍କୁ ବୀଭତ୍ସ ଭାବେ ଆକ୍ରମଣ କରାଯାଇଥିଲା। ଏଥିରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ବିଧାୟକ ଜେନାଙ୍କ ସମେତ ୧୩ ଜଣଙ୍କ ନାମରେ ମାହାଙ୍ଗା ଥାନାରେ ରମାକାନ୍ତ ଅଭିଯୋଗ କରିଥିଲେ। ପୋଲିସ ୯ ଜଣଙ୍କୁ ଗିରଫ କରିଥିଲା। ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପ୍ରଫୁଲ୍ଲ ବିଶ୍ୱାଳଙ୍କ ଘଟଣାର କିଛିଦିନ ପରେ ସନ୍ଦେହଜନକ ଭାବେ ଗାଡ଼ି ଚାପାରେ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ଅଭିଯୁକ୍ତ ବିଜୟ କୁମାର ବରାଳ ଏବେ ବି ଫେରାର ଥିବା କୁହାଯାଉଛି। ଏହି ରାଜନୈତିକ ଡବଲ ମର୍ଡର ନେଇ ସେତେବେଳେ ରାଜ୍ୟରେ ହଟଚମଟ ସୃଷ୍ଟି ହୋଇଥିଲା। ଭାଜପା ଓ କଂଗ୍ରେସ ପକ୍ଷରୁ ତତ୍କାଳୀନ ମନ୍ତ୍ରୀ ଜେନାଙ୍କ ଗିରଫ ଦାବିରେ ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଥିଲା। ପରେ କୋର୍ଟଙ୍କ ଆଦେଶ ବଳରେ ସାଲେପୁର ଏସ୍‌ଡିପିଓ ଘଟଣାର ତଦନ୍ତ କରି ରିପୋର୍ଟ ଦାଖଲ କରିଥିଲେ। ଅଭିଯୋଗକାରୀଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ ପ୍ରବୀଣ କୁମାର କାନୁନ୍‌ଗୋ କହିଛନ୍ତି ଯେ, ଏହି ରାୟ ଆସିବାପରେ ନ୍ୟାୟିକ ସଂସ୍ଥା ଉପରେ ଲୋକଙ୍କ ବିଶ୍ୱାସ ଓ ଭରସା ବଢ଼ିଛି। ବିଳମ୍ବରେ ହେଲେ ବି ତତ୍କାଳୀନ ଆଇନମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକ ଜେନାଙ୍କ ବିରୋଧରେ କୋର୍ଟ ମାମଲା ଚଳାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସତ୍ୟର ଜୟ ହେବ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ବିଧାୟକ ଜେନା କହିଛନ୍ତି ଯେ, ଡବଲ ମର୍ଡର ଘଟଣାରେ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗର କୌଣସି ସତ୍ୟାସତ୍ୟ ନାହିଁ। ତାଙ୍କ ବିରୋଧରେ ଭାଜପାର କେତେଜଣ ନେତା ଚକ୍ରାନ୍ତ ଚଳାଇଛନ୍ତି। ବିଶେଷକରି ଗତ ବିଧାନସଭା ନିର୍ବାଚନରେ ତାଙ୍କଠାରୁ ହାରିଥିବା ଭାଜପା ନେତା ଶାରଦା ପ୍ରଧାନ ଏହି ରାଜନୈତିକ ଷଡ଼ଯନ୍ତ୍ର କରିଛନ୍ତି। ଘଟଣାର ଅଭିଯୁକ୍ତମାନେ ଗଣମାଧ୍ୟମ ଆଗରେ ନିଜ ଦୋଷ ସ୍ବୀକାର କରି କେଉଁଥି ପାଇଁ ହତ୍ୟା କରିଥିଲେ ତାହା କହିଥିଲେ। ତାଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବ୍ୟକ୍ତିମାନଙ୍କର ନାର୍କୋ ଟେଷ୍ଟ କରାଯାଉ। ଏହାସହ ତାଙ୍କର ମଧ୍ୟ ନାର୍କୋ ଟେଷ୍ଟ ପାଇଁ ସେ ପ୍ରସ୍ତୁତ ଥିବା ଗଣମାଧ୍ୟମ ଆଗରେ ବିବୃତି ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri