ଆକାଶରେ ରହସ୍ୟମୟ ଆଲୋକ ସ୍ତମ୍ଭ: କିପରି ହୁଏ ସୃଷ୍ଟି…

ଓଟ୍ଟାଓ୍ବା,୨୮ା୧୧: କାନାଡାର କେନ୍ଦ୍ରୀୟ ଆଲବର୍ଟା ଜନସାଧାରଣ ନିକଟରେ ରାତି ଆକାଶରେ ଶହ ଶହ ଆଲୋକ ସ୍ତମ୍ଭ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ରହସ୍ୟମୟ ଉଜ୍ଜ୍ୱଳ ଆଲୋକ ସ୍ତମ୍ଭଗୁଡ଼ିକ ଭୂମିସ୍ତରରୁ ବାହାରି ଆକାଶ ଆଡ଼କୁ ବିଚ୍ଛୁରିତ ହୋଇଥିଲା, ଯାହାକି ଅଲୌକିକ ତଥା ଦର୍ପଣ ଭଳି ଭ୍ରମ ସୃଷ୍ଟି କରିଥିଲା। ନିର୍ଦ୍ଦିଷ୍ଟ ଶୀତ ପରିବେଶ ଯୋଗୁ ଏହି ପ୍ରାକୃତିକ ଦୃଶ୍ୟ ଭ୍ରାନ୍ତି ସୃଷ୍ଟି ହୋଇଥିବା ଜଣାପଡ଼ିଛି।

କିପରି ସୃଷ୍ଟିହୁଏ ଆଲୋକ ସ୍ତମ୍ଭ
ସାଧାରଣତଃ ରାସ୍ତା ପାର୍ଶ୍ୱ ଲାଇଟ୍‌ ଭଳି କୃତ୍ରିମ ଉତ୍ସରୁ ଆସୁଥିବା ଆଲୋକ ବାୟୁମଣ୍ଡଳରେ ଭାସମାନ ଅବସ୍ଥାରେ ଥିବା ୦.୦୨ ମିଲିମିଟରର ଷଟ୍‌କୋଣୀୟ ବରଫ କ୍ରିଷ୍ଟାଲରେ ପ୍ରତିଫଳିତ ହୋଇ ଆଲୋକ ରଶ୍ମିର ସ୍ତମ୍ଭ ସୃଷ୍ଟି କରିଥାଏ। ପ୍ଲେଟ୍‌ ଆକୃତିର ଏହି କ୍ରିଷ୍ଟାଲଗୁଡ଼ିକ କ୍ଷୁଦ୍ର ଦର୍ପଣ ଭଳି କାର୍ଯ୍ୟ କରିଥାଏ, ଯାହା ଭୂମି ସ୍ତରରୁ ଆସୁଥିବା ଆଲୋକକୁ ପ୍ରତିଫଳିତ କରିଥାଏ। ଆଲୋକ ବରଫ ସ୍ଫଟିକ ଦ୍ୱାରା ପ୍ରତିଫଳିତ ହୋଇ ଉଜ୍ଜ୍ୱଳ ଆଲୋକର ଝିଲ୍‌ମିଲ ସ୍ତମ୍ଭ ସଦୃଶ ଦେଖାଯାଏ, ଯାହା ଭୂମିରୁ ଆକାଶ ଆଡ଼କୁ ଲମ୍ବିଥାଏ। ତେଣୁ ଏହା କୌଣସି ଅଲୌକିକ କାର୍ଯ୍ୟ କିମ୍ବା ରହସ୍ୟମୟ ଘଟଣା ନୁହେଁ ବରଂ ପ୍ରାକୃତିକ ଏବଂ ବିଜ୍ଞାନସମ୍ମତ। ଶୀତଦିନେ ଅତ୍ୟଧିକ ଥଣ୍ଡା ଜଳବାୟୁରେ ରୁଷିଆ, କାନାଡ଼ା, ସ୍କାଣ୍ଡିନେଭିଆ ଆଦି ଦେଶରେ ଏଭଳି ଆଲୋକ ସ୍ତମ୍ଭ ଦୃଶ୍ୟ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri