ପୋଷାକ ଉତ୍ପାଦନରେ ନୂଆ ଅଧ୍ୟାୟ ସୃଷ୍ଟି ହେବ: ହସ୍ତତନ୍ତ ମନ୍ତ୍ରୀ

ଭୁବନେଶ୍ୱର,୧୪ା୯(ବନ୍ଦନା ସେଠୀ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଓଡ଼ିଶା ସରକାର ଏବଂ ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ୱର ଚନ୍ଦକା ଶିଳ୍ପାଞ୍ଚଳରେ ପରିଧାନ ଉଷ୍ମାୟନ କେନ୍ଦ୍ର ସ୍ଥାପନ କରାଯାଇଛି। ଏହି ନବନିର୍ମିତ କେନ୍ଦ୍ରକୁ ଶୁକ୍ରବାର ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଲେ, ବେକାର ଯୁବତୀ ଯୁବକଙ୍କୁ ରୋଜଗାର ଯୋଗାଇଦେବା ସହ ଏହା ପୋଷାକ ଉତ୍ପାଦନ କ୍ଷେତ୍ରରେ ନୂଆ ଅଧ୍ୟାୟ ସୃଷ୍ଟି କରିବ। ଏହାଦ୍ୱାରା ଆର୍ଥିକ ଅଭିବୃଦ୍ଧି ଘଟିବ ବୋଲି ମତ ଦେଇଥିଲେ। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ ଯୋଗଦେଇ କହିଲେ, ବୟନଶିଳ୍ପ ଉଦ୍ୟୋଗ ପାଇଁ ଏହି କେନ୍ଦ୍ର ବହୁ ସଫଳତାର ସମ୍ଭାବନା ରଖୁଛି। ପ୍ରାରମ୍ଭିକ ସ୍ତରରେ ଥିବା ଯୁବ ଉଦ୍ୟୋଗୀଙ୍କୁ ପ୍ଲଗ୍‌ ଆଣ୍ଡ୍‌ ପ୍ଲେ ବ୍ୟବସ୍ଥା ସହ ଆବଶ୍ୟକ ସମ୍ବଳ, ଭିତ୍ତିଭୂମି, ପୋଷାକ ଉତ୍ପାଦନ ପାଇଁ ସିଲେଇ ମେଶିନ, ପ୍ୟାକେଜିଂ ମେଶିନ ଆଦି ଯୋଗାଇ ଦିଆଯାଇଛି। ୩ଜଣ ଉଦ୍ୟୋଗୀ ମୁକେଶ କୁମାର ନାୟକ (କେନ୍ଦ୍ରାପଡା), ବିନୟ ମୁଣ୍ଡା (ରାଇରଙ୍ଗପୁର) ଓ ବିଶ୍ୱଜିତ୍‌ କିରୋ (ସୁନ୍ଦରଗଡ) ପୋଷାକ ଉତ୍ପାଦନ ପାଇଁ ୪୫ହଜାର ବର୍ଗଫୁଟ ଅଞ୍ଚଳରେ ଏହି କେନ୍ଦ୍ର ନିମନ୍ତେ ଅନୁମତି ପାଇଛନ୍ତି। ଏହି କେନ୍ଦ୍ର ୬ଶହ ଲୋକଙ୍କୁ ନିଯୁକ୍ତି ଯୋଗାଇ ଦେବା ସହ ଉଦ୍ଭାବନ ଓ ବ୍ୟବସାୟ ବିକାଶ ପାଇଁ ଏକ ପରିବର୍ତ୍ତନଶୀଳ ହବ୍‌ରେ ପରିଣତ ହେବ। ଉଦ୍ୟୋଗୀଙ୍କୁ ପ୍ରତିପୋଷଣ କରିବା ସହ ଆମ ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଓ ବୟନ ଐତିହ୍ୟକୁ ବୃଦ୍ଧି କରିବ ବୋଲି ସଚିବ କହିଛନ୍ତି। ଉଦ୍‌ଘାଟନୀ ଉତ୍ସବରେ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ମଧୁମିତା ରଥ, ହସ୍ତଶିଳ୍ପ ନିର୍ଦ୍ଦେଶକ ତଥା ବୟନିକାର ପରିଚାଳନା ନିର୍ଦ୍ଦେଶକ ପ୍ରଣତୀ ଛୋଟରାୟ, ଅତିରିକ୍ତ ଶାସନ ସଚିବ ବିକ୍ରମାଦିତ୍ୟ ବାରିକ, ଆର୍ଥିକ ଉପଦେଷ୍ଟା ତଥା ଅତିରିକ୍ତ ଶାସନ ସଚିବ ବୀଣାପାଣି ନାୟକ, ଯୁଗ୍ମ ଶାସନ ସଚିବ ମମତା ନାୟକ, ଉପଶାସନ ସଚିବ ସୁବ୍ରତ କୁମାର ବେହେରା, ବୟନଶିଳ୍ପ ତଥା ହସ୍ତତନ୍ତ ନିର୍ଦ୍ଦେଶକ ଶୋଭନ କୃଷ୍ଣ ସାହୁଙ୍କ ସମେତ କେନ୍ଦ୍ର ସରକାରଙ୍କ ବିଭିନ୍ନ ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?