ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ ନୂଆ ମହାମାରୀ ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଛି। କରୋନାର ତୃତୀୟ ଲହର ନେଇ ଆତଙ୍କ ଦେଖାଦେଇଥିବାବେଳେ ମାଡ଼ି ଆସୁଥିବା ନୂଆ ମହାମାରୀ ଯୋଗୁ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି। ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ ହୋଇଛି। ଚାଇନାର ଝିଙ୍ଗାସୁ ପ୍ରଦେଶର ପୂର୍ବାଞ୍ଚଳରେ ଜଣେ ୪୧ ବର୍ଷ ବୟସ୍କଙ୍କଠାରେ ବାର୍ଡ ଫ୍ଲୁର ଏହି ଭୂତାଣୁ ଚିହ୍ନଟ ହୋଇଥିବା ଚାଇନାର ଜାତୀୟ ସ୍ବାସ୍ଥ୍ୟ କମିଶନ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଝେନଜିଆଙ୍ଗ ସହରରେ ବାସ କରୁଥିବା ଏହି ବ୍ୟକ୍ତିଙ୍କୁ ଜ୍ୱର ହେବାରୁ ତାଙ୍କୁ ଏପ୍ରିଲ୍‌ ୨୮ରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ନମୁନା ପରୀକ୍ଷା ସମୟରେ ତାଙ୍କଠାରେ ମେ’ ୨୮ରେ ଏଚ୍‌-୧୦-ଏନ୍‌-୩ ଭୂତାଣୁ ଚିହ୍ନଟ ହୋଇଛି। ଏହାର ସଂକ୍ରମଣ ବେଗ କମ୍‌ ରହିଥିବା ଚାଇନାର ଜାତୀୟ ସ୍ବାସ୍ଥ୍ୟ କମିଶନ କହିଛି। ୨୦୧୬-୧୭ରେ ବାର୍ଡ ଫ୍ଲୁର ଏଚ୍‌-୭-ଏନ୍‌-୯ ଷ୍ଟ୍ରେନ୍‌ ଭୂତାଣୁ ଦ୍ୱାରା ଚାଇନାରେ ୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri