Posted inଜାତୀୟ

ଆସିଲା ନୂଆ ନିୟମ: ଔଷଧ ବିଜ୍ଞାପନ କରିପାରିବେ ନାହିଁ ଡାକ୍ତର

ନୂଆଦିଲ୍ଲୀ,୧୧।୮: ଜାତୀୟ ଚିକିତ୍ସା ଆୟୋଗ ପକ୍ଷରୁ ବିଜ୍ଞପ୍ତି ମାଧ୍ୟମରେ ଡାକ୍ତରଙ୍କ ପାଇଁ କିଛି ନୂତନ ନିୟମ ସମଗ୍ର ଦେଶରେ କାର୍ଯ୍ୟକାରୀ କରାଯାଇଛି। ଡାକ୍ତରମାନେ କୌଣସି ଔଷଧ କିମ୍ବା କମ୍ପାନୀର ବିଜ୍ଞାପନ କରିପାରିବେ ନାହିଁ । ଯଦି ଏପରି ମାମଲା ସାମ୍ନାକୁ ଆସେ, ତେବେ ସେମାନଙ୍କ ଲାଇସେନ୍ସ ରଦ୍ଦ କରାଯିବ।
ନିୟମ ଅନୁଯାୟୀ, ଜଣେ ହିଂସାତ୍ମକ ରୋଗୀର ଚିକିତ୍ସା କରିବାକୁ ଡାକ୍ତର ମନା କରିପାରନ୍ତି, କିନ୍ତୁ ଡାକ୍ତର ନିଶ୍ଚିତ ଭାବରେ ଦେଖିବେ ଯେ ଏପରି କରିବା ଦ୍ୱାରା ରୋଗୀର ଜୀବନ ପ୍ରତି ବିପଦ ବଢିବ ନାହିଁ। ଜାତୀୟ ମେଡିକାଲ କମିଶନ (ଏନଏମସି) ପ୍ରାୟ ଏକ ବର୍ଷ ବିଚାରାଧୀନ ପଞ୍ଜୀକୃତ ମେଡିକାଲ ପ୍ରାକ୍ଟିସିଆର୍ସ ପ୍ରଫେସନାଲ ଆଚରଣ ନିୟମାବଳୀ ସମ୍ବନ୍ଧରେ ବିଜ୍ଞପ୍ତି ପ୍ରକାଶ କରିଛି। ଏଥିରେ ଅନ୍ତର୍ଭୁକ୍ତ ନୂତନ ନିୟମ ଗତ ଅଗଷ୍ଟ ୨ ତାରିଖରୁ ସାରା ଦେଶରେ ଲାଗୁ ହୋଇଛି।
ବିଜ୍ଞପ୍ତିରେ ସ୍ପଷ୍ଟ ଭାବରେ କୁହାଯାଇଛି ଯେ, ଯଦି କୌଣସି ଉପହାର, ଭ୍ରମଣ ସୁବିଧା, ନଗଦ କିମ୍ବା ମୁଦ୍ରା ଅନୁଦାନ ଡାକ୍ତର କିମ୍ବା ତାଙ୍କ ପରିବାରକୁ ଦିଆଯାଏ, ତେବେ ଉକ୍ତ ଡାକ୍ତରଙ୍କ ଲାଇସେନ୍ସ ବାତିଲ ହେବ। ଏହା ବ୍ୟତୀତ ପଞ୍ଜୀକୃତ ଡାକ୍ତରମାନେ କୌଣସି ଫାର୍ମା କମ୍ପାନୀ ସହ ଜଡିତ ସେମିନାର, କର୍ମଶାଳା କିମ୍ବା ସମ୍ମିଳନୀ ପରି ତୃତୀୟ ପକ୍ଷ ଶିକ୍ଷାଗତ କାର୍ଯ୍ୟରେ ଅଂଶଗ୍ରହଣ କରିପାରିବେ ନାହିଁ।
ନୂତନ ନିୟମ ଅନୁଯାୟୀ ରୋଗୀଙ୍କୁ ଅସ୍ତ୍ରୋପଚାର କିମ୍ବା ଚିକିତ୍ସା ଖର୍ଚ୍ଚ ବିଷୟରେ ସମ୍ପୂର୍ଣ୍ଣ ସୂଚନା ଦେବା ଆବଶ୍ୟକ। ରୋଗୀକୁ ପରୀକ୍ଷା କରିବା କିମ୍ବା ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମଧ୍ୟ ତାଙ୍କୁ ପରାମର୍ଶ ଦେୟ ବିଷୟରେ ଅବଗତ କରିବାକୁ ପଡିବ। ଏହା ପରେ ମଧ୍ୟ ଯଦି ଜଣେ ରୋଗୀ ଦେୟ ପ୍ରଦାନ ନ କରନ୍ତି, ତେବେ ଡାକ୍ତରଙ୍କ ଚିକିତ୍ସା ପ୍ରତ୍ୟାଖ୍ୟାନ କରିବାର ଅଧିକାର ଅଛି, କିନ୍ତୁ ଜରୁରୀକାଳୀନ ରୋଗୀଙ୍କ ପାଇଁ ଏହା ପ୍ରଯୁଜ୍ୟ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri